ରୋଗୀଙ୍କୁ ଛାଡ଼ି ଫେରୁଥିବା ବେଳେ ଓଲଟିଲା ଆମ୍ବୁଲାନ୍ସ, ୩ ଗୁରୁତର

1 min read
Ambulance Accident

ଖୋର୍ଦ୍ଧା/ ଗଞ୍ଜାମ: ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ନିକଟରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି । ବ୍ରହ୍ମପୁର ଉପଖଣ୍ଡ କୁକୁଡାଖଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ରୋଗୀଙ୍କୁ ନେଇ କଟକ ମେଡିକାଲ ଯାଇଥିଲା । ସେଠାରୁ ଫେରୁଥିବା ବେଳେ ବାଲୁଗାଁ ନିକଟରେ ଭାରସାମ୍ୟ ହରାଇ ଗାଡ଼ିଟି ଓଲଟି ପଡିଥିଲା । ଆମ୍ବୁଲାନ୍ସରେ ଥିବା ଡ୍ରାଇଭର, ଫାର୍ମାସିଷ୍ଟ ଓ ଆଟେଣ୍ଡାଣ୍ଟ ଗୁରୁତର ଆହତ ହୋଇଛନ୍ତି । ଆହତ ମାନଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର MKCGରେ ଭର୍ତ୍ତି କରାଯାଇଛି ।

Ambulance Accident

ସେହିଭଳି ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ବହୁକାପାଲି ଛକ ନିକଟରେ ସଡ଼କ ଦୁର୍ଘଟଣା । ଏକ ଅଜଣା ଗାଡି ଧକାରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଚାକୁଣ୍ଡା ଗାଁର କାର୍ତ୍ତିକ ନାୟକ । ସୂଚନା ଅନୁସାରେ କାର୍ତ୍ତିକ କିଛି ଗୋରୁ ଗାଈ ଧରି ରାତି ୩ଟା ବେଳେ ନିକଟସ୍ଥ ଗାଁକୁ ଯାଉଥିଲେ । ୫୯ ନମ୍ବର ଜାତୀୟ ରାଜପଥ ବହୁକାପାଲି ନିକଟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ହିଁ କାର୍ତ୍ତିକଙ୍କ ମୃତ୍ୟୁ ହୋଇଯାଇଥିଲା । ଖବର ପାଇ ସୋରଡ଼ା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି । ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି ।

Leave a Reply