ଏଣିକି ୧୦୦ ନୁହେଁ ୮୦ ମାର୍କର ହେବ ପରୀକ୍ଷା, ୨୦ନମ୍ବରର ମିଳିବ ଆଭରେଜ ମାର୍କ

1 min read

ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ ଛାତ୍ରଛାତ୍ରୀ ୮୦ ମାର୍କର ପରୀକ୍ଷା ଦେବେ। ୫୦ ମାର୍କ OMR ରେ ଅବଜେକଟିଭ ଓ ୩୦ ମାର୍କ ସବଜେକ୍ଟିଭ ପ୍ରଶ୍ନର ଉତ୍ତର ଦେବେ। କିନ୍ତୁ ମୂଲ୍ୟାୟନ ହେବ ୧୦୦ ମାର୍କରୁ । ଅର୍ଥାତ୍ ୮୦ ମାର୍କରୁ ପରୀକ୍ଷାର୍ଥୀ ରଖିଥିବା ମାର୍କ ଅନୁଯାୟୀ ବଳକା ୨୦ ମାର୍କ ପାଇଁ ଆଭରେଜ ମାର୍କ ପାଇବେ।

ସେହିପରି ପରୀକ୍ଷା ସରିବାର ୪୫ ରୁ ୫୦ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ। ଦ୍ଵିତୀୟ ପର୍ଯ୍ୟାୟରେ ଆବାସିକ ବିଦ୍ୟାଳୟ ଗୁଡିକର ହଷ୍ଟେଲ ଖୋଲିବା ପାଇଁ ଯୋଜନା ରହିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସେପଟେ ହଷ୍ଟେଲରେ ରହୁଥିବା ଏସସି ଓ ଏସଟି ପିଲାଙ୍କ ସୁବିଧା କରାଯିବ । ସ୍କୁଲ ଖୋଲିବା ପରେ ହଷ୍ଟେଲ ପିଲାଙ୍କ ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି ସମୀର ରଞ୍ଜନ ଦାସ ।

ସେପଟେ ଆସନ୍ତା ୮ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ । ଦଶମ ଓ ଦ୍ବାଦଶ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀ ସ୍କୁଲକୁ ପାଠ ପଢିବାକୁ ଯିବେ । ୨୦-୨୧ ବର୍ଷ ପାଇଁ ୧୦୦ ଦିନିଆ ଶିକ୍ଷାବର୍ଷ ଲାଗି ନିଷ୍ପତ୍ତି ନିଆଯାଇଛି । ଶନିବାର ଓ ରବିବାର ମଧ୍ୟ ସ୍କୁଲରେ ପାଠ ପଢାଯିବ । ଦଶମ ପରୀକ୍ଷା ପାଇଁ ଜାନୁଆରୀ ୮ ତାରିଖରୁ ଏପ୍ରିଲ ୨୬ ତାରିଖ ପର୍ଯ୍ୟନ୍ତ ପାଠପଢାଯିବ । ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକ୍ଟିକାଲ୍‌ ପରୀକ୍ଷା ଏପ୍ରିଲ ୨୭ରୁ ମେ ୨ଯାଏ ହେବ । ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମେ ୩ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ ବିଭାଗ ପକ୍ଷରୁ ଏସଓପି ଜାରି ହୋଇଛି । ଅନଲାଇନ ପଢିବାକୁ ଚାହିଁଲେ ଛାତ୍ରଛାତ୍ରୀଙ୍କୁ ଅନୁମତି ଦିଆଯିବ । ସ୍କୁଲ ଖୋଲିଲେ ମଧ୍ୟ ଅନଲାଇନ କ୍ସାସ୍‌ ଜାରି ରହିବ । ଅଭିଭାବକଙ୍କ ଲିଖିତ ସହମତିରେ ସ୍କୁଲ ଯିବେ ଛାତ୍ରଛାତ୍ରୀ । ଉପସ୍ଥାନ ହାରକୁ କଡାକଡି ଭାବେ ଲାଗୁ କରାଯିବ ନାହିଁ । ଜିଲ୍ଲାପାଳମାନେ ଅସାଧାରଣ ପରିସ୍ଥିତିରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ । କଣ୍ଟେନମେଣ୍ଟ ଜୋନ୍‌ ବାହାରେ ଥିବା ସ୍କୁଲ ଖୋଲିବାକୁ ଅନୁମତି ଦିଆଯାଇଛି । କଣ୍ଟେନମେଣ୍ଟ ଜୋନ୍‌ରେ ଥିବା ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ଅନୁମତି ମିଳିବନି । ଗୋଟିଏ ଶ୍ରେଣୀଗୃହରେ ସର୍ବାଧିକ ୨୫ ଛାତ୍ରଛାତ୍ରୀ ବସିବେ । ପୂର୍ବଭଳି ୧୦ଟାରୁ ୪ଟା ପର୍ଯ୍ୟନ୍ତ ସ୍କୁଲରେ ହେବ ପାଠପଢା । ଭିନ୍ନଭିନ୍ନ ଶ୍ରେଣୀ ପାଇଁ ଭିନ୍ନଭିନ୍ନ ଖାଇବା ଛୁଟି ରହିବ । ସ୍କୁଲରେ ଖେଳ ଓ ବୈଠକକୁ ବାରଣ କରାଯାଇଛି । ବାହାରର ଖାଦ୍ୟ ବିକାଳିଙ୍କୁ ସ୍କୁଲର ଶହେ ମିଟର ଭିତରକୁ ପ୍ରବେଶ ପାଇଁ ମନା କରାଯାଇଛି ।

Leave a Reply