୫୮୭ ଥାନା ପାଇଁ ବାର୍ଷିକ ୧୭ କୋଟି ୫୦ ଲକ୍ଷର ଅତିରିକ୍ତ କଣ୍ଟିଜେନ୍ସି ପାଣ୍ଠି ଘୋଷଣା

1 min read

ଭୁବନେଶ୍ୱର: ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଥାନା ଗୁଡ଼ିକରେ ଜନସାଧାରଣ କିଭଳି ସେବା ପାଉଛନ୍ତି ସେ ସଂପର୍କରେ ନିୟମିତ ଭାବେ ଲୋକଙ୍କର ମତାମତ ନେଉଥିବା ଜଣାପଡ଼ିଛି । ଥାନା ଗୁଡିକ ଯେଭଳି ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେହା ଯୋଗାଇପାରିବେ ସେ ନେଇ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ୫୮୭ ଥାନା ପାଇଁ ବାର୍ଷିକ ୧୭ କୋଟି ୫୦ ଲକ୍ଷ ଟଙ୍କାର ଅତିରିକ୍ତ କଣ୍ଟିଜେନ୍ସି ଫଣ୍ଡ ମଞ୍ଜୁର କରିଛନ୍ତି ।

ତଦନୁଯାୟୀ ଭୁବନେଶ୍ୱର-କଟକ ପୋଲିସ କମିଶନରେଟ୍ ଅଧୀନରେ ଥିବା ସମସ୍ତ ୪୪ଟି ଥାନା ପାଇଁ ମାସିକ ୪୦ ହଜାର ଟଙ୍କା ଲେଖାଏଁ, ୧୪୨ଟି ସହରାଞ୍ଚଳ ଥାନା ପାଇଁ ମାସିକ ୩୦ ହଜାର ଟଙ୍କା ଓ ୩୫୧ଟି ଗ୍ରାମାଞ୍ଚଳ ଥାନା ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି ।

ସେହିପରି ୪ଟି ମହିଳା ଥାନା, ୫ଟି ଟ୍ରାଫିକ୍ ଥାନା, ୧୫ଟି ରେଳବାଇ ଥାନା, ୪ଟି ସାଇବର ଥାନା, ଗୋଟିଏ ଅର୍ଥନୀତିକ ଅପରାଧ ଥାନା, ଗୋଟିଏ ଏସଟିଏଫ୍ ଥାନା, ଗୋଟିଏ ଏଚଆରପିସି ଥାନା, ଗୋଟିଏ କ୍ରାଇମବ୍ରାଞ୍ଚ ଥାନା ପାଇଁ ପ୍ରତ୍ୟକଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଥିବା ବେଳେ ରାଜ୍ୟର ଉପକୂଳରେ ଥିବା ୧୮ଟି ସାମୁଦ୍ରିକ ଥାନା ଗୁଡିକ ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି ।

')}

Leave a Reply