ସୋଆ ନୂତନ କୋଭିଡ-19 ହସ୍ପିଟାଲ ପରିଦର୍ଶନ କଲେ 5T ସଚିବ ଓ ଉନ୍ନୟନ କମିଶନର

1 min read

ଭୁବନେଶ୍ୱର: ମହାମାରୀ କରୋନାର ମୁକାବିଲା ପାଇଁ ଦେଶର ସର୍ବବୃହତ କୋଭିଡ-19 ହସ୍ପିଟାଲ ରାଜ୍ୟ ସରକାରଙ୍କ ସହାୟତାରେ ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ସମ ହସ୍ପିଟାଲ ପକ୍ଷରୁ ସ୍ଥାପନ କରାଯାଉଛି । ରବିବାର ଏହି ନୂତନ ହସ୍ପିଟାଲର ସ୍ଥାପନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ।

ସୋଆର କ୍ୟାମ୍ପସ-୨ କନଭେନସନ ସେଣ୍ଟରରେ ଆସନ୍ତା ୧୫ ଦିନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଏହି ନୂତନ କୋଭିଡ-19 ହସ୍ପିଟାଲ ପରିଦର୍ଶନ କରିବା ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଭିତ୍ତିଭୂମି ଅନୁଧ୍ୟାନ କରିଥିଲେ । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋରଞ୍ଜନ ନାୟକ ଅଧିକାରୀମାନଙ୍କୁ ହସ୍ପିଟାଲ ସମ୍ବନ୍ଧରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ ।

ପରିଦର୍ଶନ ସମୟରେ ସୋଆ କୁଳପତି ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର, ଆଇଏମଏସ ଓ ସମ୍ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଆଡିସିନାଲ୍ ମେଡିକାଲ ସୁପରିଟେଣ୍ଡେଣ୍ଟ ଡାକ୍ତର ରାଜେଶ ଲେଙ୍କା, ଆଇଟିଆରର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ଓ ସୋଆର ଛାତ୍ର ମଙ୍ଗଳ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତି ଥିଲେ ।

ଦେଶର ସର୍ବବୃହତ କୋଭିଡ-19 ହସ୍ପିଟାଲ ସ୍ଥାପନ ନେଇ ଗତ ଗୁରୁବାର ଦିନ ସମ ହସ୍ପିଟାଲ୍ ସହିତ ରାଜ୍ୟ ସରକାରଙ୍କ  ତ୍ରିପାକ୍ଷିକ ଚୁକ୍ତି ସ୍ଵାକ୍ଷରିତ ହୋଇଥିଲା । ଆସନ୍ତା ୧୫ ଦିନ ମଧ୍ୟରେ ଏହି ସ୍ୱତନ୍ତ୍ର ହସ୍ପିଟାଲ କାର୍ଯ୍ୟକ୍ଷମ ହେବ । ଏହି  ହସ୍ପିଟାଲରେ କୋଭିଡ୍‌-୧୯ ସଂକ୍ରମିତଙ୍କ ଚିକିତ୍ସା ପାଇଁ ସ୍ଵତନ୍ତ୍ର ଆୟୋଜନ ହେବା ସହ ରୋଗୀ ସେବା, ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ, ଲାବୋରେଟୋରୀ, ରେଡିଓଲୋଜିକାଲ, ଆଇସିୟୁ, ଏବଂ ଅନ୍ୟ ସାହାଯ୍ୟ ଯୋଗାଇଦିଆଯିବ । ଏହି  ସ୍ଵତନ୍ତ୍ର ହସ୍ପିଟାଲ ପାଇଁ ଆର୍ଥିକ ସହଯୋଗ ସରକାରଙ୍କ ଉଦ୍ୟୋଗ ମହାନଦୀ କୋଲ୍‌ ଫିଲ୍ଡ୍‌ ଲିମିଟେଡ୍‌ ଯୋଗାଇଦେବ । କିମ୍ସରେ ନିର୍ମିତ କୋଭିଡ୍-19 ହସ୍ପିଟାଲ ଗସ୍ତ କରି ନିର୍ମାଣ ଅଗ୍ରଗତି ନେଇ 5T ସଚିବ ସମୀକ୍ଷା କରିଥିଲେ ।

କୋଭିଡ ହସ୍ପିଟାଲ ପରିଦର୍ଶନରେ ୫-ଟି ସଚିବ: ନିର୍ମାଣ କାର୍ଯ୍ୟର କଲେ ସମୀକ୍ଷା

Leave a Reply