ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା । ଉପାନ୍ତରୁ ଉପକୂଳ ସବୁଠି ଲାଗି ରହିବ ବର୍ଷା । ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିବ । ସାରା ରାଜ୍ୟରେ ବର୍ଷା ସାଙ୍ଗକୁ ଘନ କୁହୁଡି ମଧ୍ୟ ଦେଖାଦେବ । କିଛି ସ୍ଥାନରେ ଘଡଘଡି ବିଜୁଳି ସମେତ କୁଆପଥର ବର୍ଯା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୯ ଜିଲ୍ଲାରେ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆଜି ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ପୁରୀ, ଗଂଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁରରେ ଘଡଘଡି ସହ ବର୍ଷା ଲାଗି ରହିବ । ମାଲକାନଗିରି, କୋରାପୁଟ, ରାୟଗଡାର କିଛି ସ୍ଥାନରେ ମଧ୍ୟ ବର୍ଷା ହେବ । ୮ ଏବଂ ୯ ତାରିଖରେ ଉତ୍ତର, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାରେ ବର୍ଷା ହେବ । ବର୍ଷା ବେଳେ ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ରହିବ । ୧୦ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଆସିବ, ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Leave a Reply