୧୯ରୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ

1 min read
A Fresh Low Pressure Area Likely To Form Over Central Bay Of Bengal Around 19th October

ଭୁବନେଶ୍ୱର: ଅବପାତ ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଅନ୍ୟପଟେ ଡରାଇଲାଣି ଆଉ ଏକ ଲଘୁଚାପ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆସନ୍ତା ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏବେ ଓଡ଼ିଶା ଉପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶା ସହ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି । ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।

A Fresh Low Pressure Area Likely To Form Over Central Bay Of Bengal Around 19th October

୧୭ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ୧୬ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି ୧୬ ତାରିଖରେ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି ।

A Fresh Low Pressure Area Likely To Form Over Central Bay Of Bengal Around 19th October

୧୭ ତାରିଖରେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇପାରେ । ତାପରେ ୧୯ ତାରିଖରେ ପ୍ରବଳ ବର୍ଷା ନେଇ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ମତ୍ସ୍ୟଜୀବୀଙ୍କୁ ୨୦ ତାରିଖ ଯାଏଁ ସତର୍କ ସୂଚନା ଦିଆଯାଇଛି ।

Leave a Reply