ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ, ହେବ ଏହି ସବୁ ଆଲୋଚନା…

A high level Meeting Will Be held today In Lokaseva bhawan

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ପ୍ରତ୍ୟେକ ଦିନ ଶତାଧିକ ଲୋକ ଆକ୍ରାନ୍ତ ହେଉଥିବା ଖବର ସାମ୍ନାକୁ ଆସୁଛି । ପୂର୍ବରୁ କେବଳ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଏବେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସଂକ୍ରମଣ ବଢ଼ିବାରେ ଲାଗିଛି ।

ତେବେ ଏହାକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି । ସଂକ୍ରମଣ ନବଢ଼ିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ପ୍ରତି ଧ୍ୟାନ ଦିଆଯାଉଛି ।

ରାଜ୍ୟରେ ଏଭଳି ସଂକ୍ରମଣକୁ ଆଖି ଆଗରେ ରଖି, ଗୁରୁବାର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଲୋକସେବା ଭବନର ଦ୍ୱିତୀୟ ମହଲା କନ୍‌ଫରେନ୍ସ ହଲରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ ବୋଲି ସୂଚନା ମିଳିଛି ।

ବୈଠକରେ ଉପସ୍ଥିତ ରହିବେ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ ମହାପାତ୍ର, ଡିଏମ୍‌ଇଟି ଏବଂ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ । କରୋନା ମୁକାବିଲା ପାଇଁ ପ୍ରସ୍ତୁତ ରଣନୀତି ଉପରେ ଏହି ବୈଠକରେ ମାନସ ମନ୍ଥନ ହେବ । ୨୦ ଟି ଏଜେଣ୍ଡାକୁ ନେଇ ଭିଡ଼ିଓ କନଫରେନ୍ସରେ ବିସ୍ତୃତ ଆଲୋଚନା ହେବ ବୋଲି ସୂଚନା ମିଳିଛି ।

Leave a Reply