ପୁଣି ଉଠିଲା ବିଜୁଙ୍କୁ ଭାରତ ରତ୍ନ ଦାବି

Biju Patnaik

ରାଉରକେଲା: ଓଡ଼ିଶା ରାଜନୀତିର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ନେଇ ପୁଣି ଦାବି ଉଠିଛି । ଗାନ୍ଧୀ ଜୟନ୍ତୀ ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଵିଜୁ ପଟ୍ଟନାୟକଙ୍କୁ ଭାରତ ରତ୍ନ ପ୍ରଦାନ କରିଵା ପାଇଁ ଦାବି ହୋଇଛି । ମହାତ୍ମା ଗାନ୍ଧୀ ଜୟନ୍ତୀ କମିଟି, ରାଉରକେଲା ଓକିଲ ସଂଘ, ବିଜୁ ଫାଉଣ୍ଡେସନ ସହ ଶତାଧିକ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ବିଜୁଙ୍କୁ ଭାରତ ରତ୍ନ ପ୍ରଦାନ କରାଯାଉ ବୋଲି ଦାବି କରିଛନ୍ତି ।

ରାଉରକେଲା ସହରର ପାନପୋଷ ଜନତା ଧର୍ମଶାଳାଠାରେ ମହାତ୍ମାଙ୍କ ଜୟନ୍ତୀ ଅବସରରେ ଅନୁଷ୍ଠିତ ସଭାରେ ଭାରତ ରତ୍ନ ପ୍ରଦାନ ପାଇଁ ଦାବି କରାଯାଇଛି । ସଭାପରେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କୁ ସାଷାତ କରି ଦାବିପତ୍ର ପ୍ରଦାନ କରାଯାଇଛି । ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶାର ରାଜ୍ୟପାଳ ଡକ୍ଟର ଗଣେଶୀଲାଲ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦେଶ୍ୟରେ ଏହି ଦାବିପତ୍ର ପ୍ରଦାନ କରାଯିବ ।

Leave a Reply