୧୪ ଜିଲ୍ଲାରୁ ସୁସ୍ଥ ହେଲେ ଆଉ ୧୩୧ କରୋନା ସଂକ୍ରମିତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ?

1 min read
Another 131 Covid19 patients have recovered

ଭୁବନେଶ୍ୱର: କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଆଶ୍ୱସ୍ତି ଆଣୁଛି ଆରୋଗ୍ୟ ଖବର । ଆଜି ରାଜ୍ୟର ୧୪ ଜିଲ୍ଲାର ୧୩୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସୁସ୍ଥ ସଂଖ୍ୟା ୪୪୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୩ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି ।

ପୁରୀରୁ ୨୮, ଖୋର୍ଦ୍ଧାରୁ ୨୧, କନ୍ଧମାଳରୁ ୧୨, ଜଗତସିଂହପୁରରୁ ୭, ନବରଙ୍ଗପୁରରୁ ୬, କେନ୍ଦ୍ରାପଡ଼ାରୁ ୫, ବାଲେଶ୍ୱର ଓ କଟକରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ରାଜ୍ୟରେ ୬୧୮୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୪ ହଜାର ୪୨୨ ଜଣ ସୁସ୍ଥ ହୋଇ ଫେରିଲେଣି ।

ଏବେ ୧ ହଜାର ୭୩୪ ଜଣ ସକ୍ରିୟ ସଂକ୍ରମିତଙ୍କ ଚିକିତ୍ସା ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚାଲିଛି । ୧୭ ଜଣଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ସର୍ବାଧିକ ୧୧୩୭ ଜଣ ସଂକ୍ରମିତ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ ସର୍ବାଧିକ ସଂକ୍ରମିତ ୭୫୨ ଜଣ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରର ହୋଇଥିବା ବେଳେ ୨୦ଟି ମାମଲା ସ୍ଥାନୀୟ ସଂକ୍ରମଣ ।

https://nandighoshatv.com/corona-update-218-more-corona-positive-found-in-odisha/

Leave a Reply