ରାଜଧାନୀ ଭୁବନେଶ୍ୱରରୁ ଆଉ ୨୧ କରୋନା ସଂକ୍ରମିତ ଚିହ୍ନଟ

1 min read

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଉ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ଲୋକାଲ କଣ୍ଟାକ୍ କେସ୍ ରହିଛି । ଏଥିସହ ଭୁବନେଶ୍ୱରରେ୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଏମ୍‌ସି ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଏଯାବତ୍‌ ଭୁବନେଶ୍ୱରରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୨୫୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୬୨୫ ଜଣ  ସୁସ୍ଥ ହୋଇଛନ୍ତି ।

ସୂଚନା ଯୋଗ୍ୟ ଯେ, ଗତ କିଛି ଦିନ ହେଲା ରାଜଧାନୀରେ କ୍ରମାଗତଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । କିନ୍ତୁ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ଗତ କିଛି ଦିନର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ତୁଳନାରେ କମ୍ । ତେବେ ଆଗକୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ ଜିଲ୍ଲାରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ହେବ ବୋଲି ଆଶା କରାଯାଉଛି ।

ସିଏସଆଇଆର: ବନ୍ଦ ଜାଗାରେ ବି ମାସ୍କ ଜରୁରୀ

Leave a Reply