ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ: ୪ ଦିନ ଯାଏଁ ନିସ୍ତାର ନାହିଁ

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ  ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଲଘୁଚାପ ପ୍ରଭାବରେ ୪ ଦିନ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ବିଭାଗ ପୂର୍ବାନୁମାନ କରିଛି । ତେବେ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର କମ ଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ନଥିବା ସ୍ପଷ୍ଟ କରିଛି ପାଣିପାଗ ବିଭାଗ । ବର୍ଷା ପାଇଁ ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ମାଲକାନଗିରି ଓ କୋରାପୁଟ ପାଇଁ ଦ୍ୱିତୀୟ ଦିନରେ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି । ତୃତୀୟ ଦିନରେ ୧୦ଟି ଜିଲ୍ଲାକୁ ଅରେଞ୍ଜ ଓ ୯ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ । ଚତୁର୍ଥ ଦିନରେ ୫ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ରହିଥିବାବେଳେ ୨୪ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ବୋଲି କହିଛି ପାଣିପାଗ ବିଭାଗ ।

Leave a Reply