ବାଲେଶ୍ୱର ଉପନିର୍ବାଚନ: ୧୨ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୬୨୦୮ ଖଣ୍ଡ ଭୋଟରେ ଆଗୁଆ

1 min read

ବାଲେଶ୍ୱର : ବାଲେଶ୍ୱରରେ ସରିଲା ୧୨ ରାଉଣ୍ଡ ଭୋଟ ଗଣତି । ମୋଟ ୨୫ ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ବାଲେଶ୍ୱରରେ ୧୨ ରାଉଣ୍ଡ ଭୋଟ ଗଣତି ସରିଛି । ୧୨ ରାଉଣ୍ଡ ଭୋଟ ଗଣତି ଶେଷ ସୁଦ୍ଧା ବାଲେଶ୍ୱର ଆସନରେ ବିଜେଡି ସ୍ୱରୂପ ଦାସ ୪୪ ହଜାର ୫୧୦, କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡା ୩୧୨୦, ବିଜେପି ପ୍ରାର୍ଥୀ ମାନସ ଦତ୍ତ ୩୮ ହଜାର ୨୦୨ ଭୋଟ ପାଇଛନ୍ତି । ସେହିପରି ବେଣୁ ବାରିକଙ୍କୁ ୩୯୫ ଏବଂ ନୋଟାକୁ ଏଯାବତ୍ ୨୯୪ ଖଣ୍ଡ ଭୋଟ ମିଳିଛି ।

ଉଲ୍ଲେଖଯୋଗ୍ୟ, କୋଭିଡ କଟକଣା ମଧ୍ୟରେ ଭୋଟ ଗଣତି ଚାଲିଛି । ବାଲେଶ୍ଵର ପାଇଁ ୩ ଅତିରିକ୍ତ ରିଟର୍ଣ୍ଣିଂ ଅଫିସର ଓ ତିର୍ତ୍ତୋଲ ପାଇଁ ୨ ଅତିରିକ୍ତ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ ହୋଇଛନ୍ତି । ଫଳାଫଳ ଜାଣିବା ପାଇଁ ବଡ଼ ବଡ଼ TVର ବ୍ୟବସ୍ଥା କରାଯାଇଛି । ECI ୱେବସାଇଟରେ ପ୍ରତି ରାଉଣ୍ଡରେ ଫଳାଫଳ ଉପଲବ୍ଧ ରହିଛି । ସେପଟେ ତ୍ତିର୍ତ୍ତୋଲ ଭୋଟ ଗଣତି ପାଇଁ ବି ବ୍ୟାପକ ପ୍ରସ୍ତୁତି କରିଛି ପ୍ରଶାସନ । SVM କଲେଜରେ ଦୁଇଟି ହଲରେ ଚାଲିଛି ତିର୍ତ୍ତୋଲ ପାଇଁ ଗଣନା  । ହଲରେ ୭ଟି ଲେଖାଏଁ ଟେବୁଲ ପଡ଼ିଛି । ଏହା ସହ ପୋଷ୍ଟାଲ ବାଲଟ୍ ପେପର ଗଣତି ପାଇଁ  ଆଉ ଗୋଟିଏ ହଲରେ ଦୁଇଟି ଟେବୁଲର ବ୍ୟବସ୍ଥା ହୋଇଛି  । ଗଣତି ସମୟରେ  ମାଇକ୍ରୋ ଅବଜରଭର, କାଉଣ୍ଟିଂ ଆସିଣ୍ଟାଣ୍ଡ ଓ କାଉଣ୍ଟି ସୁପର ଭାଇଜର ମୁତୟନ ହୋଇଛନ୍ତି । ସୁରକ୍ଷା ଦୃଷ୍ଟିରୁ ୪ ପ୍ଲାଟୁନ୍ ପୋଲିସ ଫୋର୍ସ, ୩୭ ଜଣ ଅଫିସର,   ଜଣେ ଆଡିସନାଲ ଏସପି ଓ ତିନି ଜଣ ଡିଏସପି ମୁତୟନ ରହିବେ  । CRPFର ଗୋଟିଏ ପ୍ଲାଟୁନ୍ ମଧ୍ୟ ମୁତୟନ ।

 

 

Leave a Reply