ଓଡ଼ିଶା ଦାବି ରହିଲା, ବିବାଦୀୟ NMA ବାଇ-ଲ’ ହଟିଲା

1 min read
Centre Culture Directs NMA To Withdraw Porposed Bye-Laws For Jagannath Temple Puri

ଭୁବନେଶ୍ୱର: ପ୍ରତ୍ୟାହାର ହେଲା ଶ୍ରୀମନ୍ଦିର ଲାଗି ପ୍ରସ୍ତାବିତ ବାଇ-ଲ’ । ଜାତୀୟ ସ୍ମାରକୀ ପ୍ରାଧିକରଣ ପକ୍ଷରୁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର କରାଯିବା ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ସୂଚନା ଦେଇଛନ୍ତି । ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର ଦାବି କରି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ସାଂସଦ ଭେଟିଥିଲେ । ସାଂସଦ ଭତ୍ତୃହରି ମହତାବଙ୍କ ନେତୃତ୍ୱରେ ବିଜେଡି ପ୍ରତିନିଧି ମଣ୍ଡଳ କେନ୍ଦ୍ର ସଂସ୍କୃତିମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ ।  ବାଇ-ଲ’ ପ୍ରତ୍ୟାହାର ନେଇ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ସୂଚନା ଦେଇଛନ୍ତି ।

କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ କହିଛନ୍ତି- ପୁରୀ ଶ୍ରୀମନ୍ଦିର ଲାଗି ସମସ୍ତ ନିଷ୍ପତ୍ତି ଓଡ଼ିଆ ଭାଷାରେ ନିଆଯିବ । ଏଥିସହ କୌଣସି ପଦକ୍ଷେପ ନେବା ପୂର୍ବରୁ ଆପୋସ ବୁଝାମଣା ହେବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ନିଶ୍ଚିତ କରିଛନ୍ତି ।

Centre Culture Directs NMA To Withdraw Porposed Bye-Laws For Jagannath Temple Puri

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିଥିଲେ । ସିଂହଦ୍ୱାରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ- ଜଗନ୍ନାଥଙ୍କ କାର୍ଯ୍ୟରେ କେହି ବାଧା ସୃଷ୍ଟିକରିପାରିବେ ନାହିଁ । ଏନଏମଏର ପ୍ରସ୍ତାବିତ ବାଇ-ଲ’କୁ ମୁଖ୍ୟମନ୍ତ୍ରୀ ବିରୋଧ କରିଥିଲେ ।

Leave a Reply