ସୁବାସଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

1 min read

ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ନିଜ ଟ୍ୱିଟ୍‌ ଜରିଆରେ ଶୋକ ପ୍ରକାଶ କରିବା ସହ ଦୁଃଖିତ ବୋଲି କହିଛନ୍ତି । ସେ ଆହୁରି କହିଛନ୍ତି ଓଡ଼ିଶାବାସୀଙ୍କ ପାଇଁ ଶ୍ରୀ ଚୌହାନଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନିଜ ଟ୍ୱିଟ୍‌ ଜରିଆରେ ସୁବାସଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି । ସେ କହିଛନ୍ତି ସୁବାଷ ଚୌହ୍ୱାନଙ୍କ ଅକାଳ ବିୟୋଗ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ସୁବାଷ ଭାଇଙ୍କ ସହ ଦୀର୍ଘ ବର୍ଷ ଧରି କାମ କରିବାର ଅନେକ ସ୍ମୃତି ତାଙ୍କ ପାଖରେ ଅଛି । ତାଙ୍କର ଅକାଳ ବିୟୋଗ ଓଡ଼ିଶାର ରାଜନୈତିକ ଓ ସାମାଜିକ ଜୀବନ ପାଇଁ ଏକ ବଡ କ୍ଷତି ବୋଲି କହିଛନ୍ତି ଧର୍ମେନ୍ଦ୍ର । ଏହା ସହ ସୁବାସଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ସେହିଭଳି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଓ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ମଧ୍ୟ ଶୋକପ୍ରକାଶ କରିଛନ୍ତି । ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଯ଼ୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ ଦାସବର୍ମା, ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମୁନ୍ନା ଖାଁ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି ।

Leave a Reply