ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ, ଉତ୍ତମ ଚିକିତ୍ସା ନିମନ୍ତେ ପ୍ରତିଶ୍ରୁତି ଦେଲେ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକ ତଥା ଔପନ୍ୟାସିକ ମନୋଜ ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅସୁସ୍ଥତା ବିଷୟରେ ଜାଣିବା ପରେ ଚିକିତ୍ସକ ଡଃ. ଅଶୋକ କୁମାର ଦାସଙ୍କ ସହ କଥା ହେବା ସହ ମନୋଜ ଦାସଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହୋଇଛନ୍ତି ।

ସେହିପରି ମନୋଜ ଦାସଙ୍କ ଉତ୍ତମ ଚିକିତ୍ସା ପାଇଁ ସମସ୍ତ ପ୍ରକାର ସହାୟତା ରାଜ୍ୟ ସରକାର ଯୋଗାଇଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନବୀନ । ଟ୍ୱିଟ ଯୋଗେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ମନୋଜ ଦାସଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଚିକିତ୍ସା ନିମନ୍ତେ ସମସ୍ତ ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛି । ଜଗନ୍ନାଥଙ୍କ ନିକଟରେ ତାଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା ମଧ୍ୟ କରିଛି  ।

Leave a Reply