ମିଡିଆ ପାଇଁ ଲୋକଙ୍କ ବିଶ୍ୱାସ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ନନ୍ଦିଘୋଷ ଟିଭିକୁ ବର୍ଷେ ପୂରିଛି । ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ‘ନନ୍ଦିଘୋଷ ଟଭି ଏକ ନିରପେକ୍ଷ ଓ ଦାୟିତ୍ୱବାନ ଗଣମାଧ୍ୟମଭାବେ ସଫଳତାର ସହ କାମ କରିଚାଲିଛି । ଓଡ଼ିଆ ମିଡିଆ ଜଗତରେ ନିଜ ସ୍ଥିତି ମଜବୁତ୍ କରିପାରିଛି । ଗଣତନ୍ତ୍ରରେ ମିଡିଆର ସବୁଠାରୁ ବଡ଼ ଦାୟିତ୍ୱ ହେଲା ସାଧାରଣ ଲୋକଙ୍କ ସ୍ୱାର୍ଥର ସୁରକ୍ଷା କରିବା । ଲୋକଙ୍କ ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି କରିବା । ଏଥିସହିତ ୧ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମ ‘ଜାତି ନନ୍ଦିଘୋଷ କନ୍‌କ୍ଳେଭ୍’ ନେଇ ମଧ୍ୟ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ।  ଏହି ସୁନ୍ଦର  ଆୟୋଜନ ନନ୍ଦିଘୋଷ ଟିଭିକୁ ଧନ୍ୟବାଦ ଜଣାଇଛନ୍ତି । ଏଥି ସହିତ ଚ୍ୟାନେଲ ଅତିରଞ୍ଜିତ ଖବରଠାରୁ ଦୂରରେ ରହିବ, ଅପପ୍ରଚାର ବିରୋଧରେ ଲଢ଼େଇ କରିବ, ଓଡ଼ିଶା ଏବଂ ଓଡ଼ିଆଙ୍କ ସ୍ୱାର୍ଥ ବିଷୟରେ ସଚେତନତା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । ମିଡ଼ିଆ ପାଇଁ ଲୋକଙ୍କ ବିଶ୍ୱାସ  ସବୁଠାରୁ ଗୁରୁତ୍ୱପୂର୍ଣ୍ଣ , ଲୋକଙ୍କ ବିଶ୍ୱାସ ହିଁ ମିଡିଆକୁ ପ୍ରଭାବଶାଳୀ କରିଥାଏ । ଏଣୁ ଲୋକଙ୍କ ବିଶ୍ୱାସ ବଜାୟ ରଖିବା ଦିଗରେ ଗୁରୁତ୍ୱ ଦେଇ ନନ୍ଦିଘୋଷ ଟିଭି କାମ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବାଦୀ ।

ଏଥିସହିତ ପଢ଼ନ୍ତୁ: ନନ୍ଦିଘୋଷ ଟିଭିର ପ୍ରଥମ ସ୍ୱନକ୍ଷତ୍ର : ‘ଆମେ ଟିଆରପି ନୁହେଁ ଲୋକଙ୍କ ଆସ୍ଥା ଜିତିବା ରେସ୍‌ରେ ଅଛୁ’

 

Leave a Reply