ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡ଼ିଆ ଶହୀଦ ଜୟୀ ରାଜଗୁରୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

1 min read

ଭୁବନେଶ୍ୱର: ଆଜି ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡ଼ିଆ ଶହୀଦ, କ୍ରାନ୍ତିକାରୀ ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଜୟନ୍ତୀ । ଏହି ଅବସରରେ ସ୍ୱର୍ଗୀୟ ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ ତାଙ୍କୁ ମନେ ପକାଇ ଲେଖିଛନ୍ତି, ତାଙ୍କ ଅସାଧାରଣ ଦେଶପ୍ରେମ, ନିର୍ଭୀକ ସଂଗ୍ରାମୀ ଜୀବନ ଓ ଅସମୀ ତ୍ୟାଗ ସର୍ବଦା ସ୍ମରଣୀୟ ଏବଂ ପ୍ରେରଣାଦାୟୀ ।

 

ଜୟକୃଷ୍ଣ ରାଜଗୁରୁ ମହାପାତ୍ରଙ୍କ ଅବା ସାଧାରଣରେ ବେଶ୍ ପରିଚିତ ଜୟୀ ରାଜଗୁରୁ ଖୋର୍ଦ୍ଧା ରାଜା ଗଜପତି ମୁକୁନ୍ଦ ଦେବ-୨ଙ୍କ ଦରବାରେ ରାଜକୀୟ ପୂଜାରୀ ଥିଲେ । ରାଜାଙ୍କ ସେନାବାହିନୀର ମୁଖ୍ୟ ସେନାପତି ଓ ରାଜାଙ୍କ ବାସ୍ତବିକ ପ୍ରଶାସନିକ ପ୍ରତିନିଧି ଥିଲେ । ଇଂରେଜମାନଙ୍କ ବିରୋଧରେ ଭାରତର ପ୍ରଥମ ଶହୀଦ ହେଉଛନ୍ତି ଜୟୀ ରାଜଗୁରୁ ।

୧୮୦୩ରେ ଇଂରେଜମାନେ ଓଡ଼ିଶାକୁ ଅକ୍ତିଆର କରିବା ପରେ ଖୋର୍ଦ୍ଧା ରାଜାଙ୍କଠାରୁ କର ମାଗିଲେ ଓ ସେମାନଙ୍କ ବଶ୍ୟତା ସ୍ୱୀକାର କରିବାକୁ ଆଦେଶପତ୍ର ପଠାଇଲେ । ଏହା ତାଙ୍କର ସ୍ୱାଭିମାନକୁ ପ୍ରଚଣ୍ଡ ଆଘାତ ଦେଲା । ‘ପଛେ ଜୀବନ ଦେଇ ଦେବା ଇଂରେଜଙ୍କ ଆଗରେ ମୁଣ୍ଡ ନୁଆଁଇବା ନାହିଁ’ ବୋଲି କହି ସେ ପ୍ରତ୍ୟେକ ଘରୁ ଜଣକୁ ସୈନିକ କରି ନିଜ ସେନାବାହିନୀରେ ମିଶାଇଲେ ।

Jayi Rajaguru - Wikidata

ଓଡ଼ିଶାକୁ ବାହ୍ୟ ଶତ୍ରୁ ଆକ୍ରମଣରୁ ରକ୍ଷା କରିବାପାଇଁ ସେ ବରୁଣାଇ ଗଡ଼କୁ ସୁଦୃଢ଼ କରିଥିଲେ। ସେହିଠାରେ ବାସକରି ସେ ଖୋରଧା ଅଞ୍ଚଳରେ ପାଇକ ଜାଗରଣର ଚେଷ୍ଟା କରିଥିଲେ। ଗାଁକୁ ଗାଁ ପାଦରେ ଚାଲି ଚାଲି ସେ ପାଇକମାନଙ୍କୁ ଯୁଦ୍ଧପାଇଁ ପ୍ରସ୍ତୁତ କରାଉଥିଲେ। ସେ ପାଇକ ଆଖଡ଼ାମାନଙ୍କରେ ନିଜ ସମର ଶିକ୍ଷା ଦେଉଥିଲେ। କୁହାଯାଏ ସେ ହିଁ ପ୍ରଥମେ ଇଂରେଜମାନଙ୍କ ବିରୁଦ୍ଧରେ ଗରିଲା ଯୁଦ୍ଧ କୌଶଳ ଆରମ୍ଭ କରିଥିଲେ। ।

୧୮୦୪ରେ ମହାନଦୀ କୂଳରେ ସେ ପ୍ରଥମଥର ଇଂରେଜମାନଙ୍କ ଉପରେ ଆକ୍ରମଣ କରିଥିଲେ । ଏହା ଇଂରେଜମାନଙ୍କୁ ଏକ ଶକ୍ତ ଧକ୍କା ଥିଲା । ଏହାର ପ୍ରତିରୋଧ କରିବାପାଇଁ ସେମାନେ ମାନ୍ଦ୍ରାଜରୁ ଅଧିକ ସୈନ୍ୟ ମଗାଇଲେ। ୧୮୦୪ ଡିସେମ୍ବରକୁ ବରୁଣାଇ ପାହାଡ଼ ନିକଟସ୍ଥ ବରୁଣାଇ ଗଡ଼ରେ ଇଂରେଜ ବାହିନୀର ୭୦୦୦ ଗୁଳି ଗୋଳାରେ ସୁସଜ୍ଜିତ ସୈନ୍ୟ ସହିତ ଜୟୀ ରାଜଗୁରୁଙ୍କ ନେତୃତ୍ୱରେ କତିପୟ ଖୋର୍ଦ୍ଧା ପାଇଖ ଲଢ଼ି ନିଜ ବୀରତ୍ୱର ପ୍ରଦର୍ଶନ କରିଥିଲେ, ଯାହା ଇଂରେଜମାନଙ୍କୁ ହତବମ୍ବ କରିଦେଇଥିଲା । କେତେକ ଖଳ ଦେଶଦ୍ରୋହୀଙ୍କୁ ପ୍ରଲୋଭିତ କରି ସେମାନେ ଜୟୀ ରାଜଗୁରୁଙ୍କୁ ବନ୍ଦୀକଲେ ଓ ଓଡ଼ିଶାର ଶେଷ ସ୍ୱାଧୀନ ଦୁର୍ଗକୁ ଅକ୍ତିଆର କରିନେଲେ ।

Leave a Reply