ସ୍ୱାଭିମାନ ଅଞ୍ଚଳ ଲୋକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସ୍ୱାଭିମାନ ଅଞ୍ଚଳର ଲୋକଙ୍କ ସହିତ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ପୂର୍ବାହ୍ନ ସାଢେ ୧୧ଟାରେ ସ୍ୱାଭିମାନ ଅଞ୍ଚଳବାସୀଙ୍କ ସହ ଟେଲିଫୋନରେ ବାର୍ତ୍ତାଳାପ କରିବେ  ମୁଖ୍ୟମନ୍ତ୍ରୀ । ଏଥିସହ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ମୋବାଇଲ ପ୍ରଦାନ କରିବେ । ଗତ କିଛି ବର୍ଷ ମଧ୍ୟରେ ଅଞ୍ଚଳରେ ଗମନାଗମନର ବ୍ୟବସ୍ଥା ସହ ଟେଲିକମ୍ୟୁନିକେସନର ବ୍ୟବସ୍ଥା କରିଛନ୍ତି ସରକାର । ସ୍ୱାଭିମାନ ଅଞ୍ଚଳରେ ୫ଟି ଟେଲିଫୋନ ଟାଓ୍ୱାର ସ୍ଥାପନ କରାଯାଇଛି । ଗତ ବର୍ଷ ଗୁରୁପ୍ରିୟା ସେତୁର ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ । ପରେ ସ୍ୱାଭିମାନ ଅଞ୍ଚଳକୁ ଫିଟିଥିଲା ବିକାଶର ରାସ୍ତା । ସ୍ଥାନୀୟ ଅଞ୍ଚଳରେ ୧୪ଟି ନୂଆ ରାସ୍ତା ତିଆରି ନେଇ ଟେଣ୍ଡର ଦିଆଯାଇଥିବା ବେଳେ, ୭ଟି ରାସ୍ତାର କାର୍ଯ୍ୟ ଜାରି ରହିଛି ।

Leave a Reply