ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ । କ୍ଷୟକ୍ଷତି ଅନୁଧ୍ୟାନ କରିବେ । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ‘ବୁଲବୁଲ୍’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ । ମଧ୍ୟାହ୍ନରେ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ । ପରେ ଅପରାହଣରେ ଲୋକସେବା ଭବନରେ କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି ।

FILE PHOTO

‘ବୁଲବୁଲ୍’ ଯୋଗୁଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପ୍ରାୟ ୩ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ ହୋଇଥିବା ବେଳେ ୨ ଲକ୍ଷ ହେକ୍ଟର ଜମିରେ ପ୍ରାୟ ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଛି । ରବିବାର ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବାତ୍ୟା ପ୍ରଭାବିତ ୬ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି । ')}

Leave a Reply