ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ କାମ କରିବାରେ ଅଗ୍ରଣୀ ରାଜ୍ୟ ଓଡ଼ିଶା: ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: ଆରମ୍ଭ ହୋଇଛି ନିର୍ମାଣ ଶ୍ରମିକ ସେବା ସପ୍ତାହ-୨୦୨୦ । ସ୍ୱାଧୀନତା ସଂଗ୍ରାମୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହି ଅବସରରେ ମୃତ ଶ୍ରମିକଙ୍କ ପରିବାର, ନିର୍ମାଣ ଶ୍ରମିକଙ୍କ ମେଧାବୀ ପିଲା, ପ୍ରସୂତିକାଳୀନ ସହାୟତା ଏବଂ ଝିଅ ବିବାହ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି, ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ କାମ କରିବାରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ । ନିର୍ମାଣ ଶ୍ରମିକଙ୍କୁ ହକ୍‌ ଦେବା ପାଇଁ ରାଜ୍ୟ ସରକାର ସର୍ବଦା ଚେଷ୍ଟିତ ।କାର୍ଯ୍ୟକ୍ରମରେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ସୁବାସ ସିଂହ ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରୁ ଶହ ଶହ ଶ୍ରମିକ ସମାରୋହରେ ସାମିଲ ହୋଇଥିଲେ । ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଆସନ୍ତା ୮ ତାରିଖରେ ଉଦ୍‌ଯାପିତ ହେବ ।

ରାଜ୍ୟରେ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଜରିଆରେ ୨୯ ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକ ପଞ୍ଜିକୃତ ହୋଇଥିବା ବେଳେ ୧ ହଜାର ୫୧୮ କୋଟି ଟଙ୍କାର ସହାୟତା ଯୋଗାଇ ଦିଆଯାଇଛି । ସରକାରଙ୍କ ଉଦ୍ୟମରେ ୨୨ ହଜାର ନିର୍ମାଣ ଶ୍ରମିକ ପକ୍କାଘର ପାଇଛନ୍ତି । ସେହିପରି ଅନ୍ୟ ରାଜ୍ୟରେ କାମ କରୁଥିବା ଓଡ଼ିଆ ଶ୍ରମିକଙ୍କ ପାଇଁ ୫ ଶହ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରାଯାଇଛି । ଏମଜିଏନଆରଇଜିଏରେ ଅତିରିକ୍ତ ଶ୍ରମ ଦିବସ ସୃଷ୍ଟି କରାଯାଇଛି ।

Leave a Reply