ଦେଶରେ ବଢ଼ୁଛି କରୋନା ସଂକ୍ରମିତଙ୍କ ସୁସ୍ଥତା ହାର, ସୁସ୍ଥ ସଂଖ୍ୟା ୧୪ ଲକ୍ଷ ପାର

ନୂଆଦିଲ୍ଲୀ: ଭାରତରେ ରେକର୍ଡ ସ୍ତରରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଛି । ଦେଶରେ ସଂକ୍ରମିତ ମୋଟ ସଂଖ୍ୟା ୨୧ ଲକ୍ଷ ଅତିକ୍ରମ କରିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ବର୍ତ୍ତମାନ ପର୍ଯ୍ୟନ୍ତ ୨୧ ଲକ୍ଷ ୫୩ ହଜାର ୦୧୧ ଲୋକ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଏଥିମଧ୍ୟରୁ ୪୩,୩୭୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୪ ଲକ୍ଷ ୮୦ ହଜାର ୮୮୪ ଜଣ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ, ୬୪ ହଜାର ୩୯୯ ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବା  ବେଳେ ୮୬୧ ଜଣଙ୍କର ମୃତ୍ୟୁ ହୋଇଛି ।

କରୋନା ସଂକ୍ରମଣ ସଂଖ୍ୟା ଅନୁଯାୟୀ ଭାରତ ବିଶ୍ୱର ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ ଅଟେ । ବ୍ରାଜିଲ ପରେ କରୋନା ମହାମାରୀ ଦ୍ୱାରା ଆମେରିକା ସର୍ବାଧିକ ପ୍ରଭାବିତ ହୋଇଛି । କିନ୍ତୁ ଯଦି ଆମେ ୧୦ ଲକ୍ଷ ଜନସଂଖ୍ୟାରେ ସଂକ୍ରମିତ ରୋଗ ଏବଂ ମୃତ୍ୟୁ ହାର ବିଷୟରେ କହିବା, ତେବେ ଅନ୍ୟ ଦେଶ ତୁଳନାରେ ଭାରତ ବହୁତ ଭଲ ରହିଛି । ଭାରତ ତୁଳନାରେ ଅଧିକ ମାମଲା ଆମେରିକା ଏବଂ ବ୍ରାଜିଲରେ ରହିଛି । ଦେଶରେ କରୋନା ମାମଲାରେ ବୃଦ୍ଧି ହେବାର ଗତି ମଧ୍ୟ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି ।

Leave a Reply