ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨୯ ହଜାର ପାର୍

1 min read

କରୋନା ସଂକ୍ରମଣ ଭୟ ଏବେ ନିଦ ଉଡ଼ାଇଛି । ଦିନକରେ ନୂଆ ନୂଆ ରେକର୍ଡ କରୁଛି କରୋନା । ଦିନ ଯେତେ ବଢୁଛି ସେତେ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ବୁଧବାରରେ ଦିନ ୧୦୬୮ଜଣ ସଂକ୍ରମିତ ଚିହ୍ନୟ ହୋଇଛନ୍ତି । ପୂର୍ବରୁ ଶତାଧିକ କରୋନା ପଜିଟିଭ୍ ଚିହ୍ନଟ ହେଉଥିବା ବେଳେ ଏବେ ଦିନକରୋ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଯଦିଓ ପୂର୍ବରୁ ସ୍ଥାନୀୟ ସଂକ୍ରମଣ କମ ରହୁଥିଲା କିନ୍ତୁ ଏବେ ବଢୁଥିବା ସ୍ଥାନୀୟ ସଂକ୍ରମଣ ଚିନ୍ତା ବଢାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୬୮ଜଣ ସଂକ୍ରମିତ । ଏଥିମଧ୍ୟରୁ ୬୬୨ଟି କେସ୍ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୪୦୬ଟି ମାମଲା ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି । ଏନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

୨୮ଟି ଜିଲ୍ଲାରୁ ୧୦୬୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୁଧବାରଦିନ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ସର୍ବାଧିକ ସଂକ୍ରମିତ । ଗଞ୍ଜାମରୁ ସର୍ବାଧିକ ୨୪୫ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ଅନୁଗୁଳରୁ ୨୦, ବାଲେଶ୍ୱରରୁ ୨୯, ବରଗଡ଼ରୁ ୫, ଭଦ୍ରକରୁ ୪, ବଲାଙ୍ଗିରରୁ ୨୬, କଟକରୁ ୬୧, ଦେଓଗଡ଼ରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୮୮, ଜଗତସିଂହପୁର,୩, ଜାଯପୁର ଓ ଝାରସୁଗୁଡ଼ାରୁ ୧୨, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୧୧, କେନ୍ଦ୍ରାପଡ଼ାରୁ ୮, କୋରାପୁଟରୁ ୬୬, ମାଲକାମନଗିରିରୁ ୧, ମୟୁରଭଞ୍ଜରୁ ୨୦, ନବରଙ୍ଗପୁରରୁ ୨୬, ନୟାଗଡ଼ରୁ ୨୯, ନୂଆପଡ଼ାରୁ ୧୧, ପୁରୀ ରୁ ୧୬, ରାୟଗଡାରୁ ୨୪, ସମ୍ବଲପୁରରୁ ୨୧, ସୋନପୁରରୁ୨, ସୁନ୍ଦରଗଡ଼ରୁ ୧୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୁଧବାରରେ ଗଞ୍ଜାମ ଓ ଖୋର୍ଦ୍ଧା ପରେ ସର୍ବାଧିକ ସଂକ୍ରମିତ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି ।

୨୪ ଘଣ୍ଟାରେ  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ୨୯ହଜାର ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । । ମୋଟ୍ ସଂକ୍ରମିତ ସଂଖ୍ୟା ୨୯ହଜାର ୧୭୫କୁ ବୃଦ୍ଧି ହୋଇଛି । ରାଜ୍ୟରେ ଆଜି କରୋନାରେ ମୃତକଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ହୋଇଛି । ଏହାସହ ୧୮ହଜାର ୬୦ଜଣ କରୋନା ମୁକ୍ତ ହୋଇ ଘରକୁ ଫେରିଛନ୍ତି । ଏବଂ ରାଜ୍ୟରେ ସମୁଦାୟ ୧୦ହଜାର ୯୨୦ଜଣ ସଂକ୍ରମିତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Leave a Reply