୨ ଦିନ ଯାଏ ଅସ୍ତବ୍ୟସ୍ତ କରିବ ଘନକୁହୁଡି, ୭ଜିଲ୍ଲାକୁ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: କମିଲା ଶୀତ, ବଢିଲା ତାପମାତ୍ରା । ଆସନ୍ତା ୨ ଦିନ ଯାଏ ଅସ୍ତବ୍ୟସ୍ତ କରିବ ଘନକୁହୁଡି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଓଡ଼ିଶାକୁ ଆସୁଥିବା ଜଳୀୟବାଷ୍ପ ଯୁକ୍ତ ପବନ ପ୍ରଭାବରେ ରାଜ୍ୟରେ କୁହୁଡି ଅନୁଭୂତ ହେଉଛି । ଘନ କୁହୁଡ଼ି ଯୋଗୁଁ ଯାନବାହନ ଚଳାଚଳରେ ବ୍ୟଘାତ ସୃଷ୍ଟି ହେଉଛି ।

SRC Issues Dense Fog Alert To Some District Of Odisha

ତେବେ ଆସନ୍ତା ଦିନେ ଦୁଇ ଦିନ ପର୍ଯ୍ୟନ୍ତ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲାରେ ଘନ କୁହୁଡି ଅନୁଭୂତ ହେବ । ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲା ଗୁଡିକରେ ଦୃଶ୍ୟମାନ କ୍ଷମତା ୨ଶହ ମିଟରରୁ କମ୍ ରହିବ ।

ଆସନ୍ତା ଦୁଇ ରୁ ତିନି ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ । ଉପକୂଳ ଓଡ଼ିଶାରେ ସ୍ୱଭାବିକ ଠାରୁ ୨ ରୁ ୩ ଡିଗ୍ରୀ ତାପାମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave a Reply