ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ବିରୋଧରେ ଆଜି ଘୋଷଣା ହେବ ଦଣ୍ଡ ବିଧାନ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ କୋଇଲା ଦୁର୍ନୀତି ମାମଲା । ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ବିରୋଧରେ ଆଜି ଦଣ୍ଡ ବିଧାନ ଘୋଷଣା କରିବେ ସ୍ୱତନ୍ତ୍ର ସିବିଆଇ କୋର୍ଟ । ଦିଲ୍ଲୀପଙ୍କ ସମୟରେ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କ ବିରୋଧରେ ମଧ୍ୟ ଦଣ୍ଡ ଘୋଷଣା ହେବ । ଗତ ୬ ତାରିଖରେ ଦିଲ୍ଲୀର ସ୍ୱତନ୍ତ୍ର କୋର୍ଟ ଦିଲ୍ଲୀପଙ୍କ ସମେତ ଦୁଇ ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ।

ବାଜପେୟୀ ସରକାରରେ ଦିଲ୍ଲୀପ ରାୟ କୋଇଲା ମନ୍ତ୍ରୀ ଥିଲେ । ୧୯୯୯ରେ ଝାଡ଼ଖଣ୍ଡ ଗିରିଡିହରେ ଥିବା ବ୍ରହ୍ମଡିହା କୋଇଲା ଖଣିକୁ ବେଆଇନ ଭାବେ ସିଟିଏଲ ବା କାଷ୍ଟ୍ରୋନ ଟେକନୋଲୋଜି ଲିମିଟେଡକୁ ଆବଣ୍ଟନ କରାଯାଇଥିବା ଅଭିଯୋଗ ହୋଇଥିଲା  । ଏହି ଆବଣ୍ଟନ ବେଳେ ଅନେକ ଅନିୟମିତତା ହୋଇଥିଲା । ତେବେ ଆଜି କୋର୍ଟଙ୍କ ଦଣ୍ଡ ଶୁଣାଣି ଉପରେ ସମସ୍ତଙ୍କର ନଜର ରହିଛି ।

Leave a Reply