ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ନୂଆଦିଲ୍ଲୀ: ଦିଲ୍ଲୀ ଏମସରେ ଭର୍ତ୍ତି ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଡାକ୍ତର ଗୁଲେରିଆଙ୍କ ନେତୃତ୍ୱାଧୀନ ଟିମର ନିରୀକ୍ଷଣରେ ଶାହାଙ୍କୁ ରଖାଯାଇଛି । ନିକଟରେ କରୋନାରୁ ସୁସ୍ଥ ହୋଇଥିଲେ ଶାହା । ଗତକାଲି ବିଳମ୍ବିତ ରାତିରେ ଶାହାଙ୍କୁ ସାମାନ୍ୟ ଜ୍ୱର ଆସିବାରୁ ତାଙ୍କୁ ଦିଲ୍ଲୀ ଏମ୍ସ ଅଣାଯାଇଛି । ସେଠାରେ ତାଙ୍କୁ ଡାକ୍ତର ରଣଦୀପ ଗୁଲେରିଆଙ୍କ ତତ୍ତ୍ୱାବଧାନରେ ଏକ ଡାକ୍ତରୀ ଚିମ୍ ଶାହାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ନଜର ରଖିଛି ।

ସୂଚନା ଅନୁସାରେ, ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୋମବାର ବିଳମ୍ବିତ ରାତି ପ୍ରାୟ ୨ ଟାରେ ଏମ୍ସରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ପୁରୁଣା ଘରୋଇ ୱାର୍ଡରେ ରଖାଯାଇଛି  । ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆଙ୍କ ନେତୃତ୍ୱରେ ଏକ ଟିମ୍ ଶାହାଙ୍କ ସ୍ୱାସ୍ଥ୍ୟବସ୍ତା ସୁଧାରିବାରେ ଲାଗିପଡ଼ିଛନ୍ତି । ସୂଚନା ଅନୁସାରେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସାମାନ୍ୟ ଜ୍ୱର ହୋଇଥିଲା। ଏହା ପରେ ହିଁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି ।

ଆପଣଙ୍କୁ କହି ରଖୁଛୁ ଯେ, ଗତ ଅଗଷ୍ଟ ୨ ତାରିଖରେ ଅମିତ ଶାହା କରୋନା ପଜିଟିଭ ଚିହ୍ନଟ  ହୋଇଥିଲେ । ଏହାପରେ ତାଙ୍କୁ ମେଦାନ୍ତା ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଏବଂ କିଛିଦିନ ସେଠାରେ ଚିକିତ୍ସିତ ହେବା ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଥିଲା ଏବଂ ଗତ ୧୪ ତାରିଖରେ ତାଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଥିଲା । ଏହାପରେ ତାଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଥିଲା ।

Leave a Reply