ନୂଆ ମୁଖ୍ୟ ଶାସନ ସଚିବ ହେଲେ ସୁରେଶ ମହାପାତ୍ର, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ହେଲେ ଅସିତ୍

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନୂଆ ନିଯୁକ୍ତି । ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି । ଅପରପକ୍ଷରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଥିବା ଅସିତ ତ୍ରିପାଠୀଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ଏଥିସହିତ ଆଞ୍ଚଳିକ ବିକାଶ, ପର୍ଯ୍ୟଟନ ଓ କୃଷିଶିଳ୍ପ ବିଭାଗରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଭାବେ କାର୍ଯ୍ୟ କରିବେ ଶ୍ରୀ ତ୍ରିପାଠୀ । ବରିଷ୍ଠ ଆଇଏସ୍ ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ସହ ଉନ୍ନୟନ କମିଶନର ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ । ଅପରପକ୍ଷରେ ସ୍ୱତନ୍ତ୍ର ରିଲିଫ୍ କମିଶନର ଥିବା ଆଇଏଏସ୍ ପ୍ରଦୀପ କୁମାର ଜେନାଙ୍କୁ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି ।

ସୂଚନା ଯୋଗ୍ୟ ଯେ, ଆସନ୍ତା ଡିସେମ୍ୱର ୩୧ ତାରିଖରେ ଅସିତ ତ୍ରିପାଠୀଙ୍କ କାର୍ଯ୍ୟକାଳ ସରୁଥିବା ବେଳେ ଏ ନେଇ ତାଙ୍କୁ ସବୁଜ ସଙ୍କେତ ମିଳିଛି । ସଧାରଣ ପ୍ରଶାସନ ବିଭାଗରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ଯେଉଁଥିରେ ତାଙ୍କୁ ଅବସର ନେବା ପାଇଁ ଅନୁମତି ଦିଆଯାଇଛି । ଶ୍ରୀ ତ୍ରିପାଠୀ ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ତୁଲାଉଛନ୍ତି । ୧୯୮୬ ବ୍ୟାଚର ଆଇଏଏସ୍ ଶ୍ରୀ ତ୍ରିପାଠୀ ୨୦୧୯ ମସିହା ଅଗଷ୍ଟ ୧୫ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

ଏଥିସହିତ ପଢ଼ନ୍ତୁ: ମିଳିଲା ଅନୁମତି: ଅବସର ନେବେ ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ:

Leave a Reply