ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ଚିହ୍ନଟ ହେଲେ…

ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହୋଇଛି କରନା ଗ୍ରାଫ୍। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୫ ହଜାର ୨ଟି ମାମଲା ଚିହ୍ନଟ ହୋଇଛି । ଏପର୍ଯ୍ୟନ୍ତ ସୁଦ୍ଧା ୪୮ହଜାର ୪୦ ଜଣଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ମାମଲାରେ ଆମେରିକା ଏବଂ ବ୍ରାଜିଲ ପରେ ଭାରତ ତୃତୀୟ ସ୍ଥାନରେ ରହିଛି । ଆମେରିକାରେ ଗୋଟିଏ ଦିନରେ ୬୦ହଜାର ୬୦୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବ୍ରାଜିଲରେ ୪୯ହଜାର ୨୭୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଆଜି ଗୋଟିଏ ଦିନରେ ଦେଶରେ ୬୫ ହଜାର ୨ଟି ମାମଲା ସାମ୍ନାକୁ ଆସିଛି । ଅନ୍ୟପକ୍ଷରେ ୯୯୬ ଜୀବନ ନେଇଛି ମହାମାରୀ ଭୂତାଣୁ । ଫଳରେ ସାରା ଦେଶରେ ୨୫ ଲକ୍ଷ ୨୬ ହଜାର ୧୯୩କୁ ବୃଦ୍ଧି ପାଇଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୧୮ ଲକ୍ଷ ୮ ହଜାର ୯୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୬ ଲକ୍ଷ ୬୮ ହଜାର ୨୨୦ ଆକ୍ଟିଭ୍ ଅଛନ୍ତି । ସେହିପରି ୪୯ ହଜାର ୩୬ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସବୁଠୁ ଅଧିକ ସଂକ୍ରମିତ ହୋଇଥିବା ରାଜ୍ୟ

ସୂଚନା ଅନୁଯାୟୀ, ମହାରାଷ୍ଟ୍ରରେ ଦେଶରେ ସବୁଠାରୁ ଅଧିକ ସକ୍ରିୟ ମାମଲା ରହିଛି। ମହାରାଷ୍ଟ୍ରର ଡାକ୍ତରଖାନାରେ ଦେଢ ଲକ୍ଷରୁ ଅଧିକ ସଂକ୍ରମିତ ଲୋକ ଚିକିତ୍ସିତ ହେଉଛନ୍ତି । ଏହା ପରେ ତାମିଲନାଡୁ ଦ୍ୱିତୀୟ ସ୍ଥାନରେ ରହିଛି, ତୃତୀୟ ସ୍ଥାନରେ ଦିଲ୍ଲୀ, ଚତୁର୍ଥ ସ୍ଥାନରେ ଗୁଜୁରାଟ ଏବଂ ପଞ୍ଚମ ସ୍ଥାନରେ ପଶ୍ଚିମବଙ୍ଗ ରହିଛି । ଏହି ପାଞ୍ଚଟି ରାଜ୍ୟରେ ସର୍ବାଧିକ ସକ୍ରିୟ ମାମଲା ରହିଛି। ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସେହିଭଳି କରୋନା ସଂକ୍ରମଣ ସଂଖ୍ୟା ଅନୁଯାୟୀ ଭାରତ ବିଶ୍ୱରେ ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ ଅଟେ । ବ୍ରାଜିଲ ପରେ କରୋନା ମହାମାରୀ ଦ୍ୱାରା ଆମେରିକା ସର୍ବାଧିକ ପ୍ରଭାବିତ ହୋଇଛି।

Leave a Reply