ଆଜିଠୁ ଆରମ୍ଭ ହେବ ‘କୃଷି ଓଡ଼ିଶା-୨୦୨୦’, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

1 min read

ଭୁବନେଶ୍ୱର:  ଆଜିଠୁ ଆରମ୍ଭ ହେବାକୁ ଯାଉଛି ‘କୃଷି ଓଡ଼ିଶା-୨୦୨୦’ । ଜନତା ମଇଦାନରେ ଆୟୋଜିତ ହେଉଛି ଏହି କାର୍ଯ୍ୟକ୍ରମ । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୃଷିକୁ ଗୁରୁତ୍ୱ ଏବଂ କୃଷକଙ୍କ ଅବଦାନକୁ ସ୍ୱୀକୃତି ପ୍ରଦାନ ସହିତ କୃଷିକ୍ଷେତ୍ରରେ ନୂତନ ଜ୍ଞାନକୈାଶଳ ପ୍ରୟୋଗ ପାଇଁ ଉତ୍ସବର ଲକ୍ଷ୍ୟ ରହିଛି ।

କାର୍ଯ୍ୟକ୍ରମରେ ଯୋଗଦେବେ ଜାତୀୟ ଓ ଅନ୍ତର୍ଜାତୀୟ ଅନୁଷ୍ଠାନର କୃଷି ବିଜ୍ଞାନୀ, ବିଶେଷଜ୍ଞ, କୃଷି ଅଧିକାରୀ । ମୃହୋତ୍ସବରେ ଏଥର ୨୨୮ଟି ଷ୍ଟଲ ନିର୍ମାଣ କରାଯାଇଛି । ଏଥିରେ ଦେଶ ବିଦେଶରୁ ୧୧୨ଟି କମ୍ପାନୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେହିପରି କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଋଣ ଯୋଗାଣ କ୍ଷେତ୍ରରେ ବ୍ୟାଙ୍କ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ୨୨ ତାରିଖରେ ରାଜ୍ୟର ବ୍ୟାଙ୍କ ଅଧିକାରୀଙ୍କର ସ୍ୱତନ୍ତ୍ର ଅଧିବେଶନ ଆୟୋଜନ କରାଯାଇଛି । ଏଥିରେ ରାଜ୍ୟର ପ୍ରାୟ ୫ଶହ ବ୍ୟାଙ୍କ ଅଧିକାରୀ ଯୋଗଦେବ ।

Leave a Reply