ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୨୩ ତାରିଖରୁ ଭିଜେଇବ

1 min read

ଦୀପାବଳି ପୂର୍ବରୁ ଆସୁଛି ବଡ଼ ବର୍ଷା । ନିର୍ଧୁମ ଛେଚିବ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବିଶ୍ରାନ୍ତ ବର୍ଷା ହେବ ।

HEAVY

୨୩ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡ଼ା, ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ୨୪ ତାରଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର, କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

HEAVY RAIN ODISHA

୨୫ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ହେବା ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୩ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାକୁ ନଜରରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ')}

Leave a Reply