ବାଲେଶ୍ୱରରେ ଓଲଟିଲା ପ୍ରବାସୀଙ୍କ ବସ୍: ୮ ଆହତ

ବାଲେଶ୍ୱର: ୧୬ ନଂ ଜାତୀୟ ରାଜପଥର ମଙ୍ଗଳପୁର ନିକଟରେ ପ୍ରବାସୀଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ । ଭାରସାମ୍ୟ ହରାଇ ବସଟି ଓଲଟି ପଡିଥିବା ବେଳେ, ୮ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ବସ୍‌ଟି ୪୦ ଜଣ ପ୍ରବାସୀଙ୍କୁ ଧରି କେରଳରୁ ପଶ୍ଚିମବଙ୍ଗ ଯାଉଥିଲା । ଘଟଣାସ୍ଥଳର ଶିଳ୍ପାଞ୍ଚଳ ଥାନା ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି  । ଦୁର୍ଘଟଣାର କାରଣ ଜଣାପଡ଼ିନଥିବା ବେଳେ ଡ୍ରାଇଭରଙ୍କ ଆଖି ଲାଗିଯାଇଥିବାରୁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ଆହତମାନଙ୍କ ଚିକିତ୍ସା ଚାଲିଥିବା ବେଳେ ସେମାନେ ସୁସ୍ଥ ଅଛନ୍ତି ।

Leave a Reply