ବଦଳିବ ବଳଦେବଜୀଉ ମନ୍ଦିରର କଳେବର, ୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ଓ ବଡ଼ଦାଣ୍ଡର ଉନ୍ନତିକରଣ ପାଇଁ ୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଲୋକସେବା ଭବନର ସମ୍ମିଳନୀ କକ୍ଷରୁ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଯୋଗେ କେନ୍ଦ୍ରାପଡ଼ା ସାଂସଦ, ବିଧାୟକ, ଜିଲ୍ଲାପାଳ, ମନ୍ଦିର ଟ୍ରଷ୍ଟ ଓ ସେବାୟତ ମାନଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ ।

BALDEVJEW ସୂଚନାଯୋଗ୍ୟ ଯେ, ଗତ ସ୍ନାନ ପୂର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଳଦେବଜୀଉଙ୍କ ମନ୍ଦିର ପରିଦର୍ଶନ କରିଥିଲେ । ପରିଦର୍ଶନ ବେଳେ ସେବାୟତ ଓ ଜନସାଧାରଣ ମନ୍ଦିରର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

BALDEVJEW ମଙ୍ଗଳବାର ଅନୁଷ୍ଠିତ ଭିଡିଓ କନଫରେନ୍ସିଂରେ ବଳଦେବଜୀଉଙ୍କ ପୀଠ ତୁଳସୀ କ୍ଷେତ୍ରର ସର୍ବବିଧ ବିକାଶ କରି ଏହାକୁ ଏକ ଆକର୍ଷଣୀୟ ଧର୍ମୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ବିକଶିତ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

BALDEVJEW ତଦ୍‌ନୁଯାୟୀ, କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ଓ ଏହାର ପରିସରକୁ ସୁଦୃଶ୍ୟ ଆଲୋକମାଳାରେ ସୁସଜ୍ଜିତ କରାଯିବ ସହିତ ବଡ଼ଦାଣ୍ଡର ଉନ୍ନତିକରଣ କରାଯାଇ ଏହାର ୨ ପାର୍ଶ୍ୱକୁ ମଧ୍ୟ ଆଲୋକମାଳରେ ସଜ୍ଜିତ କରାଯିବ । ସେହିପରି କେନ୍ଦ୍ରାପଡ଼ାରେ ଏକ ଆଧ୍ୟାତ୍ମିକ ଉଦ୍ୟାନ ନିର୍ମାଣ କରାଯିବା ସହିତ ବଳଦେବଜୀଉ ଐତିହ୍ୟ ପୁଷ୍କରିଣୀର ପୁନରୁଦ୍ଧାର କରାଯିବ । ମନ୍ଦିର କୀର୍ତ୍ତିରାଜିର ଉପଯୁକ୍ତ ସଂରକ୍ଷଣ ପାଇଁ ପଦକ୍ଷେପ ନିଆଯିବ । ଏତଦ୍ ବ୍ୟତୀତ ମନ୍ଦିରର ନିରାପତ୍ତା, ସୁରକ୍ଷା ଏବଂ ଜଳ ନିଷ୍କାସନ ପ୍ରଣାଳୀକୁ ସମୁନ୍ନତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବୈଠକରେ ସ୍ଥିର କରାଯାଇଛି ।

BALDEVJEW ଏହିସବୁ ଉନ୍ନତିକରଣ କାର୍ଯ୍ୟର ଗୁଣାତ୍ମକ ମାନ ବଜାୟ ରଖିବା ସହିତ ଆସନ୍ତ ରଥଯାତ୍ରା ପୂର୍ବରୁ ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ଏହିସବୁ କାର୍ଯ୍ୟକ୍ରମର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ାବାସୀଙ୍କ ସହଯୋଗ ମଧ୍ୟ କାମନା କରିଥିଲେ । ସେବାୟତମାନଙ୍କ ପକ୍ଷରୁ ଏହି ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦିଆଯାଇଥିଲା । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଓ ପୂର୍ତ୍ତ ସଚିବ ପ୍ରମୁଖ ଉପସ୍ଥିତ ଥିଲେ ।

ଉନ୍ନତିକରଣ ପରେ ଏମିତି ଦେଖାଯିବ ବଳଦେବଜୀଉ ମନ୍ଦିର

BALDEVJEW ')}

Leave a Reply