ଏକାମ୍ର ଯୋଜନାର ବିସ୍ଥାପିତଙ୍କ ପାଇଁ ଥଇଥାନ ଓ ସହାୟତା ପ୍ୟାକେଜକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏକାମ୍ର ଯୋଜନାରେ ବିସ୍ଥାପିତଙ୍କ ପାଇଁ ଥଇଥାନ ଓ ସହାୟତା ପ୍ୟାକେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ଯୋଜନା ପାଇଁ ସ୍ଥାନାନ୍ତର ଆବଶ୍ୟକତା ଥିବା ବାସଗୃହ, ମଠ ଓ ଦୋକାନ ଘର ପାଇଁ ଆର୍ଥିକ ସହାୟତା ଘୋଷଣା କରାଯାଇଛି । ଅଧିଗୃହୀତ ସମସ୍ତ ଜମି ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ନାମରେ ରେକର୍ଡ କରାଯିବ । ଜମି ଦାନ କରିଥିବା ସବୁ ବ୍ୟକ୍ତିଙ୍କ ନାମ ପ୍ରକଳ୍ପ ଅଞ୍ଚଳରେ ଫଳକରେ ରଖାଯିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏକାଦଶ ଶତାବ୍ଦୀର ଅନନ୍ୟ କୀର୍ତ୍ତି ଶ୍ରୀ ଲିଙ୍ଗରାଜ ମନ୍ଦିରର ପାରିପାର୍ଶ୍ୱିକ ଅଞ୍ଚଳର ଉନ୍ନତି, ସୌନ୍ଦର୍ଯ୍ୟକରଣ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ ନିମନ୍ତେ ମନ୍ଦିର ଚାରିପଟେ ଥିବା ଅଞ୍ଚଳର ବିକାଶ ନିମନ୍ତେ ଏକାମ୍ର ଯୋଜନା ଆରମ୍ଭ କରାଯାଉଅଛି । ଶ୍ରୀ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ଅଞ୍ଚଳର ୬୫ ଏକତର ପରିମିତ ଅଞ୍ଚଳରେ ଏହି ସୁବିଧା ସୁଯୋଗର ବିକାଶ କରାଯିବ । କ୍ଷତିଗ୍ରସ୍ତମାନଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବ ।

ଲିଙ୍ଗରାଜ ମନ୍ଦିର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ୍ ଘୋଷଣା

Leave a Reply