ରାଜ୍ୟରେ ନିବେଶ ହେବ ୮,୯୩୮ କୋଟି ଟଙ୍କା । ୨୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ୫ଟିର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର : ମେକ୍ ଇନ୍ ଓଡ଼ିଶାର ତୃତୀୟ ସଂସ୍କରଣ ପାଇଁ ଆଜିଠାରୁ ଆରମ୍ଭ ହୋଇଛି ବର୍ଷିକିଆ କାଉଣ୍ଟ ଡାଉନ୍ । ୨୦୨୦ ନଭେମ୍ୱର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ମେକ୍ ଇନ୍ ଓଡ଼ିଶାର ତୃତୀୟ ସଂସ୍କରଣ ହେବ ବୋଲି ବୋଲି ଶିଳ୍ପ ବିଭାଗ ସୂଚନା ଦେଇଛି ।

ଆଜି ଲୋକସେବା ଭବନରେ ୨୭ଟି ନୂଆ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫେରେନ୍ସି ମାଧ୍ୟମରେ ୫ଟି ପ୍ରକଳ୍ପର ଉଦଘାଟନ କରିଥିବା ବେଳେ ୨୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଏ ପ୍ରକଳ୍ପର ମୂଲ୍ୟ ରହିଛି ୮ ହଜାର ୯୩୮ କୋଟି ଟଙ୍କା ।

ଏସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ୧୨ ହଜାର ୧୪୨ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦେଶର ତିନୋଟି ପ୍ରମୁଖ ପୁଞ୍ଜିନିବେଶ ରାଜ୍ୟ ମଧ୍ୟରେ ଓଡ଼ିଶା ନିଜକୁ ସାମିଲ କରିବାକୁ ଲକ୍ଷ୍ୟ ରଖିଛି । ବର୍ତ୍ତମାନର ପୁଞ୍ଜିନିବେଶକୁ ଦେଖିଲେ ଏହା ସ୍ପଷ୍ଟ ବାରିହୋଇପଡୁଛି ।  ୨୦୧୯ ଏପ୍ରିଲରୁ ସେପ୍ଟେମ୍ବର ମଧ୍ୟରେ ସାରା ଦେଶର ୧୮ ପ୍ରତିଶତ ନିବେଶ ଓଡ଼ିଶାରେ ହୋଇଛି । ଏ ସବୁ ପ୍ରକଳ୍ପକୁ କିଭଳି କାର୍ଯ୍ୟକାରୀ କରାଯିବ ତାହା ଫୋକସ୍ ହେବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସବୁ କ୍ଷେତ୍ରରେ ସ୍ୱଚ୍ଛତା ଆଣିବାକୁ ରାଜ୍ୟ ସରକାର ୫-ଟି କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ରାଜ୍ୟରେ ଶିଳ୍ପ ବିକାଶ ପାଇଁ ସରକାର ଆପଣାଉଥିବା ପଦ୍ଧତିକୁ ସମସ୍ତେ ଦେଖିସାରିଲେଣି ।

ଏହି ଅବସରରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ଏକ ଓ୍ୱେବସାଇଟକୁ ଉନ୍ମୋଚନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିରେ ଶିଳ୍ପ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର, ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave a Reply