କରୋନାରେ ୨୧୯୬ ନୂଆ ଆକ୍ରାନ୍ତ, ୧୭ ମୃତ; ଜାଣନ୍ତୁ କେଉଁଠୁ କେତେ..

2 min read
Corona Update

ଭୁବନେଶ୍ୱର: ରାଜ୍ୟରେ ଆଉ ୨୧୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ । କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୧୨୭୪ ଜଣ ଚିହ୍ନଟ ହୋଇଥିବା ବେଳେ ୯୨୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ତେବେ ଆଜିର ସଂକ୍ରମଣ ସଂଖ୍ୟାକୁ ଦେଖିବା ପରେ ରାଜ୍ୟବାସୀଙ୍କୁ କିଛି ମାତ୍ରାରେ ଆସ୍ୱସ୍ତି ମିଳିଛି । କାରଣ ରାଜ୍ୟରେ ଏବେ ନିୟମିତ ଭାବେ ସଂକ୍ରମଣ ସଂଖ୍ୟା କମୁଥିବା ନଜିର ରହିିଛି ।

୨୧୯୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୦୭ ଜଣ ଚିହ୍ନଟ ହୋଇଥିବା ବେଳେ, ବାଲେସୋରରୁ ୧୦୪, ବରଗଡରୁ ୮୦,  ଭଦ୍ରକରୁ ୧୬, ବଲାଙ୍ଗିରରୁ ୭୧, ବୌଦ୍ଧରୁ ୩୨, କଟକରୁ ୧୭୫, ଢ଼େଙ୍କାନାଳରୁ ୩୩, ଗଜପତିରୁ ୭, ଗଞ୍ଜାମରୁ ୧୩, ଜଗତ୍‌ସିଂହପୁରରୁ ୮୬, ଯାଜପୁରରୁ ୧୧୩, ଝାରସୁଗୁଡାରୁ ୭୧, କାଳାହାଣ୍ଡିରୁ ୯୪, କନ୍ଧମାଳ ୩୪,  କେନ୍ଦ୍ରାପଡାରୁ ୮୨, କେନ୍ଦୁଝରରୁ ୬୭, ଖାେର୍ଦ୍ଧାରୁ ୨୫୯, କୋରାପୁଟରୁ ୨୯,  ମାଲକାନଗିରିରୁ ୩୮, ମୟୂରଭଞ୍ଜ ୧୧୯, ନବରଙ୍ଗପୁରରୁ ୫୦, ନୟାଗଡ଼ରୁ ୨୦, ନୁଆପଡାରୁ ୧୦୮, ପୁରୀରୁ ୭୭, ରାୟଗଡାରୁ ୧୪, ସମ୍ବଲପୁରରୁ ୩୭, ସୋନପୁରରୁ ୭୦, ସୁନ୍ଦରଗଡରୁ ୧୪୦ ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିଭଳି ୫୦ ଜଣ ଆକ୍ରାନ୍ତ ଷ୍ଟେଟ୍‌ପୁଲ୍‌ରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି ।

ତେବେ ୨୮୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ଏବେ ସୁଦ୍ଧା ୪ ଲକ୍ଷ ୧ ହଜାର ୬୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି । ସେଥିମଧ୍ୟରୁ ଦୁଇ ଲକ୍ଷ ୬୬ ହଜାର ୩୪୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ତେବେ ସେଥିରୁ ୨ ଲକ୍ଷ ୪୧ ହଜାର ୩୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ଏବେ ୨୩ ହଜାର ୭୮୬ ଟି ମାମଲା ସକ୍ରିୟ ରହିଛି ।

ଅନ୍ୟପଟେ ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ୨୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୨୧କୁ ବୃଦ୍ଧି ପାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣ ଭୁବନେଶ୍ୱରର ଥିବା ଜଣାପଡିଛି । କଟକରୁ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ, ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ପୁରୀ, ରାଉରକେଲା ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave a Reply