ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୪୪ହଜାର ପାର୍

1 min read

ଭୁବନେଶ୍ୱର: ଦିନକରେ ନୂଆ ନୂଆ ରେକର୍ଡ କରୁଛି କରୋନା । ଦିନ ଯେତେ ବଢୁଛି ରାଜ୍ୟରେ ସେତେ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଶନିବାରରେ ୧୬୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଶତାଧିକ କରୋନା ପଜିଟିଭ୍ ଚିହ୍ନଟ ହେଉଥିବା ବେଳେ ଏବେ ଦିନକରୋ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଯଦିଓ ପୂର୍ବରୁ ସ୍ଥାନୀୟ ସଂକ୍ରମଣ କମ ରହୁଥିଲା କିନ୍ତୁ ଏବେ ବଢୁଥିବା ସ୍ଥାନୀୟ ସଂକ୍ରମଣ ଚିନ୍ତା ବଢାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬୪୩ ସଂକ୍ରମିତ ଚିନ୍ତା ବଢାଇଛି । ଏଥିମଧ୍ୟରୁ ୧୦୧୮ ଟି କେସ୍ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୬୨୫ ଟି ମାମଲା ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି । ଏନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଶନିବାରରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଓ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି । ୨୪ଘଣ୍ଟାରେ ଖୋର୍ଦ୍ଧା ଓ ଗଞ୍ଜାମରୁ ୨୭୪ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହି ଭଳି ଅନୁଗୁଳରୁ ୧୬, ବାଲେଶ୍ୱରରୁ ୭୩, ବରଗଡ଼ରୁ ୭, ଭଦ୍ରକରୁ ୨, ବଲାଙ୍ଗୀରରୁ ୪୩, ବୌଦ୍ଧରୁ ୭ , କଟକରୁ ୯୮, ଢେଙ୍କାନାଳରୁ ୩୬, ଗଜପତିରୁ ୩୫, ଜଗତସିଂହପୁରରୁ ୨୧, ଯାଜପୁରରୁ ୩୬, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୩୦ , କନ୍ଧମାଳରୁ ୫୨, କେନ୍ଦ୍ରାପଡ଼ାରୁ ୧୪, କେନ୍ଦୁଝରରୁ ୩, କୋରାପୁଟ ୫୦, ମାଲକାନଗିରିରୁ ୨୭, ମୟୁରଭଞ୍ଜରୁ ୩୯, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୪୦, ନୂଆପଡ଼ାରୁ ୧, ପୁରୀରୁ ୯୨, ରାୟଗଡ଼ାରୁ ୧୩୬, ସମ୍ବଲପୁରରୁ ୧୧୨, ସୁନ୍ଦରଗଡ଼ରୁ ୧୧୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

୨୮ଟି ଜିଲ୍ଲାରୁ ୧୬୪୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ମଧ୍ୟରେ କ୍ୱାରେଣ୍ଟାଇନରୁ ୧୦୧୮ ଓ ଲୋକାଲ କେସ ୬୨୫ ରହିଛି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୪,୧୯୩ରେ ପହଞ୍ଚିଛି । ରାଜ୍ୟରେ ଆଜି କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୭ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୮ ହଜାର ୬୯୭ ସୁସ୍ଥ ହୋଇଥିବା ବେଳେ ୧୫ ହଜାର ୧୮୯ଟି ସକ୍ରିୟ ମାମଲା ରହିଛି ।

Leave a Reply