ଚାଷୀଙ୍କୁ ଭର୍ଚୁଆଲ ମାଧ୍ୟମରେ ଉଦ୍‌ବୋଧନ ଦେବେ ମୋଦି

ନୂଆଦିଲ୍ଲୀ: ଆସନ୍ତା କାଲି ତଥା ଡିସେମ୍ବର ୨୫ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ଭର୍ଚୁଆଲ ମାଧ୍ୟମରେ ଉଦ୍‌ବୋଧନ ଦେବେ। ଏହି ଅବସରରେ ‘ପିଏମ୍‌ କିଷାନ୍‌’ଯୋଜନାରେ ୯ କୋଟି ଚାଷୀଙ୍କ ଆକାଉଣ୍ଟକୁ ୧୮ ହଜାର କୋଟି ଟଙ୍କା ପଠାଯିବ। ଦେଶର ପ୍ରମୁଖ ୬ ରାଜ୍ୟର ପ୍ରତିନିଧି ଶ୍ରେଣୀୟ କୃଷକଙ୍କ ସହ ପ୍ରଧାନମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ଆଲୋଚନା କରିବେ।

କୃଷି ଆଇନ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ୧୦୦ ସାମ୍ବାଦିକ ସମ୍ମିଳନୀ ଏବଂ ୭୦୦ ବୈଠକ କରି‌ବାର ମଧ୍ୟ ଯୋଜନା ରହିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ଆଜି ସୁଦ୍ଧା ୨ କୋଟି ଚାଷୀ ପଂଜୀକରଣ କରାଇଛନ୍ତି ବୋଲି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର କହିଛନ୍ତି। ଅନ୍ୟପକ୍ଷରେ ଆନ୍ଦୋଳନରତ ଚାଷୀମାନେ ଆଜି ମଧ୍ୟ ସରକାରଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

Leave a Reply