ମୋଦି ଶୁଣିଲେ ଦିଦିଙ୍କ ଅପିଲ୍, କାଲି ଆସିବେ ପଶ୍ଚିମବଙ୍ଗ ଓ ଓଡ଼ିଶା ଗସ୍ତରେ

1 min read

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦି ଆସନ୍ତାକାଲି ପଶ୍ଚିମବଙ୍ଗ ଓ ଓଡ଼ିଶା ଗସ୍ତରେ ଆସିବେ । ଏନେଇ ପିଏମଓ ଟ୍ୱିଟର ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆକାଶ ମାର୍ଗରୁ ଅମ୍ଫାନ୍ କ୍ଷୟକ୍ଷତିର ରିଭ୍ୟୁ କରିବେ । ପୁନରୁଦ୍ଧାର ଓ ରିଲିଫ୍ କାର୍ଯ୍ୟର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି ।

ଅମ୍ଫାନ୍ ପ୍ରଭାବରେ ପଶ୍ଚିମବଙ୍ଗ ସର୍ବାଧିକ ପ୍ରଭାବିତ ହୋଇଛି । କ୍ଷୟକ୍ଷତିର ଆକଳନ ଜାରି ରହିଥିବା ବେଳେ ବାତ୍ୟାରେ ୭୨ ଜଣଙ୍କ ମୃତ୍ୟୁ ହୋଇଥିବା ମମତା ବାନାର୍ଜୀ କହିଛନ୍ତି । ଉତ୍ତର ୨୪ ପ୍ରଗଣା, ଦକ୍ଷିଣ ୨୪ ପ୍ରଗଣା, ମେଦିନିପୁର ଓ କୋଲକାତା ବେଶୀ ପ୍ରଭାବିତ ହୋଇଛି । ତେଣୁ, ମୋଦି ରାଜ୍ୟ ଗସ୍ତରେ ଆସି ସ୍ଥିତି ଦେଖନ୍ତୁ ବୋଲି ମମତା ଦାବି କରିଥିଲେ । ଏହାପରେ ମୋଦି ପଶ୍ଚିମବଙ୍ଗ ସହ ଓଡ଼ିଶା ଗସ୍ତରେ ଆସିବେ ବୋଲି ଟ୍ୱିଟ୍ କରି ପିଏମଓ ସୂଚନା ଦେଇଛି ।

ପଶ୍ଚିମବଙ୍ଗର ସୁନ୍ଦରବନରେ ସ୍ଥଳଭାଗ ଛୁଇଁଲା ‘ଅମ୍ଫାନ’

ଉପକୂଳ ଓଡ଼ିଶାର ୪ ଜିଲ୍ଲା ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ବିଶେଷକରି ପ୍ରଭାବିତ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରୁ ବୁଲି ଦେଖିବା ସହ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଗସ୍ତ ପୂର୍ବରୁ କେନ୍ଦ୍ର କ୍ୟାବିନେଟ ସଚିବଙ୍କୁ ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ଦେଲା ରାଜ୍ୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ଗୁଇନ୍ଦା ଡିଜି ଓ ଅନ୍ୟ ବରିଷ୍ଠ ଅଧିକାରୀ ଭୁବନେଶ୍ୱର ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିଲେ । ଅନ୍ୟପଟେ ରାଜ୍ୟ ସରକାର କେନ୍ଦ୍ର କ୍ୟାବିନେଟ ସଚିବଙ୍କୁ କ୍ଷୟକ୍ଷତି ନେଇ ପ୍ରାଥମିକ ରିପୋର୍ଟ ପ୍ରଦାନ କରିଛନ୍ତି ।

ଗସ୍ତ ପୂର୍ବରୁ କେନ୍ଦ୍ର କ୍ୟାବିନେଟ ସଚିବଙ୍କୁ ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ ଦେଲା ରାଜ୍ୟ

Leave a Reply