ରାଜନୈତିକ ହିଂସାକାଣ୍ଡ, ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

1 min read
Political Violence In Puri Kanas Area

ପୁରୀ: ରାଜନୈତିକ ହିଂସାକାଣ୍ଡ । ରାଜନୈତିକ ଶତ୍ରୁତାକୁ ନେଇ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଏଭଳି ଘଟଣା ସାମ୍ନାକୁ ଆସିଛି ପୁରୀ ଜିଲ୍ଲା କଣାସ ଅଞ୍ଚଳରୁ ।

ପୂର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି କଣାସରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୋଟିଏ ଗୋଷ୍ଠୀର କିଛି ଲୋକ ଅନ୍ୟ ଗୋଷ୍ଠୀର ଲୋକଙ୍କୁ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି । ଏଥିରେ ୪ ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । 

Kanasଶନିବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା । ପରେ ଏହି ବଚସା ଉଗ୍ର ରୂପ ନେଇଥିଲା । ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ଉପୁଜିଥିଲା । ଗୋଟିଏ ଗୋଷ୍ଠୀ ମାରଣାସ୍ତ୍ର ଧରି ଅନ୍ୟ ଗୋଷ୍ଠୀକୁ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିବାକୁ ଚେଷ୍ଟା କରିଥିଲା । 

Kanas

ଫଳରେ ଉଭୟ ପକ୍ଷରୁ ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ୪ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କୁ ପ୍ରଥମେ କଣାସ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଭୁବନେଶ୍ୱରରେ ଏକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି l ଖବର ପାଇ କଣାସ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply