ଭୁବନେଶ୍ୱର ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

1 min read

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୭.୨୦ ବଦଳରେ ୭.୧୨ରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିଲେ । ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।

ବିମାନ ବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ସାଂସଦ ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ, ପୋଲିସ ଡିଜିପି, ପୋଲିସ କମିଶନର ଓ ଭୁବନେଶ୍ୱର ଡିସିପି ପ୍ରମୁଖ ସ୍ୱାଗତ କରିଥିଲେ ।କଡା ସୁରକ୍ଷା ବଳୟ ମଧ୍ୟରେ ରାଷ୍ଟ୍ରପତିଙ୍କୁ ସ୍ୱତନ୍ତ୍ର କାରକେଡରେ ରାଜଭବନ ନିଆଯାଇଥିଲା । ଆଜି ରାଜଭବନରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ।

https://nandighoshatv.compresident-is-coming-to-odisha-from-tomorrow-for-a-two-day-visit/

ଆସନ୍ତାକାଲି ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଳ।ଟିନମ୍‌ ଜୁବଲି ଉଦ୍‌ଯାପନୀ ସମାରୋହରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ରୁସା ଭବନର ଶିଳାନ୍ୟାସ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଉପସ୍ଥିତ ରହିବେ।

 

Leave a Reply