ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ

1 min read
Low Pressure Rain To Continue Till Next Three Days Odisha

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ସୃଷ୍ଟ ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ୦୩ ତାରିଖ ସକାଳ ୮ଟା ୩୦ ଯାଏଁ ୧୧ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

Rain Fore Cast Yellow Waring To 11 Districts Of Odisha

୪ ତାରିଖ ସକାଳ ୮ଟା ଯାଏଁ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହିଭଳି ରାଜ୍ୟରେ ୬ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୭ ତାରିଖ ବେଳକୁ ବର୍ଷାର ପରିମାଣ କମିବ ।

Rain Fore Cast Yellow Waring To 11 Districts Of Odisha

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ୪୦ରୁ ୫୦ କିମି ଘଣ୍ଟାପ୍ରତି ବେଗର ପବନ ବହିବାର ସମ୍ଭାବନା ରହିଛି । ତେଣୁ, ସମୁଦ୍ର ଭିତରକୁ ମତ୍ସ୍ୟଜୀବୀମାନେ ୫ ତାରିଖ ଯାଏଁ ପ୍ରବେଶ ବାରଣ କରାଯାଇଛି ।

Leave a Reply