୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

1 min read

ଭୁବନେଶ୍ୱର: ଆଗକୁ ଆସୁଛି ବର୍ଷା । କିଛିଦିନର ବିରତି ପରେ ପୁଣି ଭିଜିବି ରାଜ୍ୟ । ଚଳିତ ବର୍ଷ ଯେତିକି ବର୍ଷା ହେବା କଥା ତାଠାରୁ ୧୨ପ୍ରତିଶତ କମ୍ ବର୍ଷା ଚିନ୍ତା ବଢାଇଛି । ଏଭଳି ପରିସ୍ଥିତିରେ ଆଗକୁ ବର୍ଷା ଲୋକଙ୍କୁ କିଛି ପରିମାଣରେ ଆଶ୍ୱସ୍ଥି ଦେବ । ଏନେଇ ଆଞ୍ଚଳିକ ପାଣିପାଗ ବିଭିଗ ପୂର୍ବାନୁମାନ କରିଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ , ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଏବଂ ବୌଦ୍ଧ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ବର୍ଣ୍ଣିଙ୍ଗ ଜାରି କରାଯାଇଛି ।

ଆସନ୍ତାକାଲିଠାରୁ ଓଡ଼ିଶାରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବୃଦ୍ଧିହେବାର ସମ୍ଭାବନା ରହିଛି । ଅଗଷ୍ଟ ୪ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ସହ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଏବଂ କନ୍ଧମାଳ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ମତ୍ସ୍ୟଜୀବୀ ମାନଙ୍କୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ମଧ୍ୟକୁ ମାଛ ମାରିବାକୁ ନ ଯିବାକୁ ବାରଣ କରାଯାଇଛି ।

Leave a Reply