୮ରୁ ଖୋଲିବ ସ୍କୁଲ, ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ୧୦୦ ଦିନର ପାଠ୍ୟକ୍ରମ

School To Open In Odisha From 8th January 

ଭୁବନେଶ୍ୱର: ଜାନୁଆରୀ ୮ରୁ ରାଜ୍ୟରେ ବିଦ୍ୟାଳୟ ଖୋଲିବ । ପାଠପଢ଼ା ଆରମ୍ଭ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ୧୦୦ ଦିନ ପାଠପଢ଼ା ହେବ । ମେ ୩ରୁ ୧୫ ତାରିଖ ଯାଏ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ ।

School To Open In Odisha From 8th January 

କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠ ପଢ଼ିବାକୁ ଯିବେ । ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତ୍ତି ନେଇଛି ।

Schools To Open In Odisha From 8th January 

ବୋର୍ଡ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ଜାନୁଆରୀ ୮ ତାରିଖରୁ ଅପ୍ରେଲ ୨୬ ତାରିଖ ପର୍ଯ୍ୟନ୍ତ ପାଠପଢ଼ା ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଠପଢ଼ା ଜାନୁଆରୀ ୮ରୁ ଏପ୍ରିଲ୍ ୨୮ ପର୍ଯ୍ୟନ୍ତ ଚାଲିବ । ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକ୍ଟିକାଲ୍‌ ପରୀକ୍ଷାଗୁଡ଼ିକ ଅପ୍ରେଲ ୨୭ରୁ ମେ ୨ ତାରିଖ ଯାଏ ହେବ । ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ଏପ୍ରିଲ୍ ୨୯ରୁ ମେ ୧୪ ତାରିଖ ପର୍ଯ୍ୟନ୍ତ ହେବ ।

Schools To Open In Odisha From 8th January 

ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମେ ୩ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୧୫ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉପରୋକ୍ତ ନିର୍ଘଣ୍ଟ ଅନୁସାରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର ଓ ରବିବାରକୁ ମିଶାଇ ୧୦୦ ଦିନ ପାଠପଢ଼ା ହେବ । ପାଠପଢ଼ା ନିମନ୍ତେ ଏକ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ଏହି ମାର୍ଗଦର୍ଶିକା ଅନୁସାରେ ସରକାରୀ ସାହାଯ୍ୟପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ ।

Schools To Open In Odisha From 8th January 

ଏହା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ହେବ । କୋଭିଡ୍‌ ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ୍‌ଲାଇନ୍‌ ଶିକ୍ଷାଦାନର ବ୍ୟବସ୍ଥା କରିଥିଲେ ।

Leave a Reply