ଭାରତ ବନ୍ଦ ପାଇଁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତାକାଲି ଦେଶବ୍ୟାପୀ ହରତାଳ ସହିତ ଭାରତ ବନ୍ଦ ଡାକରା ଦେଇଛି ଟ୍ରେଡ ୟୁନିୟନ । ଏଥିପାଇଁ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି କମିଶନରେଟ ପୋଲିସ । ଭୁବନେଶ୍ୱରରେ ୧୫ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବ । ସାଧା ପୋଷାକଧାରୀ ପୋଲିସ ଓ ଷ୍ଟ୍ର।ଇକିଂ ଫୋର୍ସ ମଧ୍ୟ ମୁତୟନ ହେବେ ।ଆଇନଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ରେଲୱେ ଷ୍ଟେସନ, ବସଷ୍ଟାଣ୍ଡ ଓ ବିମାନବନ୍ଦରରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ରେଳ ଓ ବସ୍ ଚଳାଚଳ ସ୍ୱାଭାବିକ ରଖିବାକୁ ମଧ୍ୟ ଗୁରୁତ୍ୱ ଦିଆଯିବ ।ଲୋକସେବା ଭବନ ଓ ସ୍କୁଲ ଗୁଡ଼ିକରେ ପୋଲିସ ଫୋର୍ସ ମୁତୟନ କରାଯିବ ବୋଲି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି ।

Leave a Reply