ଗଂଜାମରେ ଦେଶୀ ମଦ ବିକ୍ରିକୁ କେନ୍ଦ୍ର ଦୁଇ ଗୋଷ୍ଠୀ ମୁହାମୁହିଁ, ଜଣେ ମୃତ, ୬ ଆହତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲିକୋଟ ଥାନା ପଥରା ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି । ଦେଶୀ ମଦ ବିକ୍ରିକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ରହିଛି । ଗୋଷ୍ଠୀ ସଂଘର୍ଷରେ ଦୁଇ ଗୋଷ୍ଠୀର ଛଅ ଜଣ ଆହତ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଉଛନ୍ତି ପିଙ୍କୁ ଦାସ ।

ଆହତମାନଙ୍କୁ ପ୍ରଥମେ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଖଲ୍ଲିକୋଟ ଥାନା ଅଧିକାରୀ ସତ୍ୟ ରଞ୍ଜନ ପ୍ରଧାନ, ଛତ୍ରପୁର ଏସଡିପିଓ ଗୌତନ କିଷାନ ଓ ରମ୍ଭା ଥାନା ଅଧିକାରୀ ପହଁଚି ତଦନ୍ତ ଆରମ୍ଭ କରିଛନ୍ତି ।

ପରିସ୍ଥିତିକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ପୋଲିସ ମୁତୟନ କରାଯାଇଛି । ଉତ୍ତ୍ୟକ୍ତ ଗାଁଲୋକେ ମଧ୍ୟରାତ୍ରିରେ ଭେଜିପୁଟଠାରେ ଜାତୀୟ ରାଜପଥ ଅବରୋଧ କରିଥିଲେ । ଏବେବି ଉତ୍ତେଜନାପୂର୍ଣ୍ଣ ସ୍ଥିତି ଲାଗି ରହିଛି । ଆହତମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି ।

Leave a Reply