କାଲିଠୁ ବଙ୍ଗୋପସାଗରରେ ଲଘୁଚାପ, ଏହି ଜିଲ୍ଲାକୁ ଜାରି ୟେଲୋ ୱାର୍ଣ୍ଣିଂ

1 min read
Weather Forecast Heavy To Very Heavy Rainfall Between 11th to 13th October

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସମୁଦ୍ର ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଅବପାତ ଭାବେ ଗତି କରିବ । ଏହା ପ୍ରଭାବରେ ରାଜ୍ୟରେ ୧୧ ତାରିଖରୁ ୧୩ ତାରିଖ ଯାଏଁ ବର୍ଷା ହେବ ।

Weather Forecast Heavy To Very Heavy Rainfall Between 11th to 13th October

୧୧ ତାରିଖରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୱେଲୋ ୱାର୍ଣ୍ଣିଂ ଜାରି କରିଛି । ଗଜପତି, ଗଞ୍ଜାମ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ମାଲକାନଗିରି, କନ୍ଧମାଳ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

Rain Fore Cast Yellow Waring To 11 Districts Of Odisha

୧୨ ଓ ୧୩ ତାରିଖରେ ଏହାର ପ୍ରଭାବ ଲାଗି ରହିବ । ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଗଞ୍ଜାମ, ପୁରୀ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

Rain Fore Cast Yellow Waring To 11 Districts Of Odisha

୧୦ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ୧୦ ତାରିଖ ପୂର୍ବରୁ ସମୁଦ୍ର ଭିତରକୁ ଯାଇଥିବା ମତ୍ସ୍ୟଜୀବୀ କୂଳକୁ ଫେରି ଆସିବାକୁ ପାଣିପାଗ ବିଭାଗ କହିଛି । ଏଥିସହ ୧୦ ତାରିଖରୁ ୧୩ ସକାଳ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଗତ ୨୪ ଘଣ୍ଟାରେ ପୁରୀ ଜିଲ୍ଲାର ନିମାପଡ଼ାରେ ସର୍ବାଧିକ ୬ ସେଣ୍ଟିମଟର ବର୍ଷା ରେକର୍ଡ କରାଯାଇଛି ।

Leave a Reply