ରାଜ୍ୟରେ କରୋନା ସଂକ୍ରମଣ ବଢ଼ାଉଛନ୍ତି ବଙ୍ଗ ଫେରନ୍ତା

1 min read

ଭୁବନେଶ୍ୱର: ଆଜି ବାଲେଶ୍ୱରରୁ ଚିହ୍ନଟ ହୋଇଥିବା କରୋନା ପଜିଟିଭଙ୍କ ଜଣଙ୍କ ପଶ୍ଚିମବଙ୍ଗ ଫେରନ୍ତା । ସେ ନିକଟରେ କୋଲକାତାରୁ ଫେରିଥିଲେ । ୫୮ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କ ଠାରେ କରୋନାର କୌଣସି ଲକ୍ଷଣ ନାହିଁ । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛି । ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ପ୍ରଶାସନ ପକ୍ଷରୁ ଜାରି ରହିଛି ।

ବାଲେଶ୍ୱରରେ ଆଜି ଜଣେ ପଜିଟିଭ୍ ଚିହ୍ନଟ ହେବା ସହ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି । ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୧୪୩ ହୋଇଛି । ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ରାଜ୍ୟରେ ୧୦୧ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

ବିଶେଷକରି ପଶ୍ଚିମବଙ୍ଗ ଫେରନ୍ତାଙ୍କ ଠାରେ କରୋନା ଲକ୍ଷଣ ନଥିବା ବେଳେ ସେମାନେ ସଂକ୍ରମିତ ହୋଇଥିବା ଜଣାପଡ଼ୁଛି । ୨୪ ଘଣ୍ଟାରେ ଯାଜପୁରରୁ କେବଳେ ୧୭ ଜଣ ବଙ୍ଗ ଫେରନ୍ତାଙ୍କ କରୋନା ପଜିଟିଭ୍ ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମସ୍ତ ପଶ୍ଚିମବଙ୍ଗ ଫେରନ୍ତାଙ୍କୁ କୋଭିଡ୍ ଟେଷ୍ଟ କରାଇବାକୁ କହିଛି ।

ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ, ସଂଖ୍ୟା ୧୨୮କୁ ବୃଦ୍ଧି

Leave a Reply