ଚାରିଟି ସଂସଦୀୟ ଓ ୨୮ ବିଧାନସଭା କ୍ଷେତ୍ରରେ ନିର୍ବାଚନ ପ୍ରସ୍ତୁତି ଶେଷ
ଭୁବନେଶ୍ୱର : ରାଜ୍ଯରେ ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ଚାରିଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନମଣ୍ଡଳିରେ ଭୋଟ ଗ୍ରହଣ ହେବ । ଏନେଇ ପ୍ରସ୍ତୁତି ଓ ଭୋଟ ଗ୍ରହଣ ସଂପର୍କରେ ଟିକିନିଖି ସୂଚନା ଦେଇଛନ୍ତି ମୁଖ୍ଯ ନିର୍ବାଚନ ଅଧିକାରୀ । ଭୋଟ ପୂର୍ବରୁ ଘରେ ଭୋଟ ଦେଇଛନ୍ତି ୩୬୩୬ ଭୋଟର । ତେବେ ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ ହୋଇଛି । ମୋଟ ୬୨ ଲକ୍ଷ ୮୭ ହଜାର ଭୋଟର ମତଦାନ କରିବେ । ୩୦ ଲକ୍ଷ ୯୭ ହଜାର ପୁରୁଷ ଭୋଟର, ୩୧ ଲକ୍ଷ ୮୯ ହଜାର ମହିଳା ଭୋଟର, ୧ ଲକ୍ଷ ୭୫ ହଜାର ଯୁବ ଭୋଟର ଓ ୧୪ ଲକ୍ଷ ୬୮ ହଜାର ୨୦ ବର୍ଷରୁ ୨୯ ବର୍ଷ ମଧ୍ଯରେ ଭୋଟର ଅଛନ୍ତି । ୭ ହଜାର ୩୦୩ କେନ୍ଦ୍ରରେ ଭୋଟର ମତଦାନ କରିବେ | ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର । କୋରାପୁଟ ସଂସଦୀୟ କ୍ଷେତ୍ରରେ ସର୍ବନିମ୍ନ ଓ କଳାହାଣ୍ଡିରେ ସର୍ବାଧିକ ଭୋଟର ଥିବାବେଳେ ଲକ୍ଷ୍ମୀପୁର ବିଧାନସଭାରେ ସର୍ବନିମ୍ନ ଓ ଧର୍ମଗଡ଼ ବିଧାନସଭାରେ ସର୍ବାଧିକ ଭୋଟର ଅଛନ୍ତି । ୧୨୯୪ ଜଣ ଶତାୟୁ ଭୋଟର ଥିବାବେଳେ ୬୨୯୬ ସର୍ଭିସ ଭୋଟର ଅଛନ୍ତି । ୭୧୫ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ । ଆଦର୍ଶ ବୁଥ ୧୨୭୬ । ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ, ବିଧାନସଭା ପାଇଁ ୨୪୩ ପ୍ରାର୍ଥୀ ମୈଦାନରେ ଅଛନ୍ତି । କୋରାପୁଟରେ ୧୧ ଜଣ, ନବରଙ୍ଗପୁରରେ ୪, କଳାହାଣ୍ଡିରେ ୧୧, ବ୍ରହ୍ମପୁରରେ ୧୧ ଜଣ ପ୍ରାର୍ଥୀ ନିଜର ଭାଗ୍ଯ ପରୀକ୍ଷା କରିବେ । ୬୦ପ୍ରତିଶତ ବୁଥରେ ଲାଇଭ ଷ୍ଟିମ ହେବ । ବ୍ରହ୍ମପୁର ଆସନ ପାଇଁ ଦୁଇଟି ବାଲଟ ବ୍ୟବହାର ହେବ । ୧୮ହଜାର ୫୩୯ ବାଲଟ ୟୁନିଟ | ୧୨ ସହ ପୋଲିଂ ଷ୍ଟେସନରେ ୪ ଟା ପର୍ଯ୍ୟନ୍ତ ଭୋଟିଙ୍ଗ ହେବ । ୫ଟା ପର୍ଯ୍ୟନ୍ତ ୩ ହଜାର ୫୨୨ ଷ୍ଟେସନରେ ପୋଲିଂ ହେବାକୁ ଥିବାବେଳେ ୨୫୭୫ ବୁଥରେ ସଂଧ୍ଯା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ୭୩୬୩ ପୋଲିଂ ଭିତରୁ ୧୨୬୪ ବୁଥ ସମ୍ବେଦନଶୀଳ । ୫୨ ହଜାର ୫ଷହ ପୋଲିଂ କର୍ମଚାରୀ ନିଯୁକ୍ତ ହୋଇଛନ୍ତି । ଭୋଟରଙ୍କୁ ଅଧିକ ଆକୃଷ୍ଟ ଓ ଭୋଟ ଦେବାପାଇଁ ରାୟଗଡାରେ ଆଦିମ ଜନଜାତି ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ହାତ ପଙ୍ଖାରେ ସଚେତନତା ଲେଖା ଯାଇଛି | ଗଞ୍ଜାମ ଜିଲ୍ଲାରେ ଅଲିଭକୁ ମାସ୍କଟ ଭାବରେ ବ୍ୟବହାର କରାଯାଇଛି । ଗୋପାଳପୁର, ତାରାତାରିଣୀ ମନ୍ଦିର ଓ ରାମ ଲିଙ୍ଗେଶ୍ୱର ପାଖରେ ବ୍ୟବହାର କରାଯାଇଛି | ନୂଆପଡାରେ ଷ୍ଟବେରୀ ପ୍ୟାକେଟରେ ନିର୍ବାଚନ ତାରିଖ ଲେଖା ଯାଇଛି | ବହୁଳ ସଂଖ୍ୟାରେ ମତଦାନ ପାଇଁ ନିବେଦନ କରିଛନ୍ତି ସିଇଓ । ବୁଥ ପ୍ରସ୍ତୁତ, ପୋଲିଂ ଷ୍ଟେସନ ପ୍ରସ୍ତୁତ ଭୋଟର ଆସି ମତଦାନ କରନ୍ତୁ | ଏହି ନିର୍ବାଚନକୁ ତଦାରଖ କରିବା ପାଇଁ ୨୩ ଜଣ ଅବଜର୍ଭର ନିଯୁକ୍ତି ହୋଇଛନ୍ତି ବୋଲି କହିଛନ୍ତି ସିଇଓ ।
