ଭୁବନେଶ୍ୱର: ହୃଷୀକେଶ ମଲ୍ଲିକ ହେଲେ ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି । ପୂର୍ବରୁ ଡକ୍ଟର ହରିହର ମିଶ୍ର ଥିଲେ ଏକାଡେମୀର ସଭାପତି । ସେହିପରି ଉପସଭାପତି ହେଲେ ସଂଗ୍ରାମ ଜେନା । ସମ୍ପାଦକ ହେଲେ ଓଡ଼ିଶା ପ୍ରଶାସନିକ ସେବାର ଅଧିକାରୀ ପ୍ରବୋଧ କୁମାର ରାଉତ । ସେହିପରି ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ନୂଆ କର୍ମକର୍ତ୍ତା ଚୟନ ହୋଇଛି । ଅରୁଣା ମହାନ୍ତି ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ନୂଆ ସଭାପତି ମନୋନୀତ ହୋଇଛନ୍ତି ।
ନାଟ୍ୟକାର ମନ୍ମଥ କୁମାର ଶତପଥୀ ହୋଇଛନ୍ତି ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ଉପସଭାପତି । ସେହିପରି ଲଳିତ କଳା ଏକାଡେମୀ ପାଇଁ କର୍ମକର୍ତ୍ତା ଚୟନ କରାଯାଇଛି । ଲଲିତ କଳା ଏକାଡେମୀର ଉପସଭାପତି ହୋଇଛନ୍ତି ଶ୍ରୀନିବାସ ପଢ଼ିହାରୀ ଓ ସମ୍ପାଦକ ପଞ୍ଚାନନ ସାମଲ ହୋଇଛନ୍ତି । ଓଡ଼ିଶା ଉର୍ଦ୍ଦୁ ଏକାଡେମୀର ସମ୍ପାଦକ ହୋଇଛନ୍ତି ଡକ୍ଟର ସୟଦ ମୁସିର ଆଲମ । ମୁଖ୍ୟମନ୍ତ୍ରୀ ଏହି ଚୟନକୁ ଅନୁମୋଦନ ପ୍ରଦାନ କରିଛନ୍ତି ।

