ଚିକିତ୍ସାଧୀନ ଓଡ଼ିଆ ଶ୍ରମିକଙ୍କ ସହ କଥା ହେଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ବର: ଉତ୍ତରକାଶୀ ଟନେଲରୁ ଉଦ୍ଧାର ପରେ ଚିକିତ୍ସାଧୀନ ଓଡ଼ିଆ ଶ୍ରମିକଙ୍କ ସହ କଥା ହେଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ହସ୍ପିଟାଲରେ ଶ୍ରମମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କ ଉପସ୍ଥିତିରେ ଶ୍ରମିକଙ୍କ ସହ ଭିଡିଓ କଲ କରି କଥା  ହୋଇଛନ୍ତି 5T ଅଧ୍ୟକ୍ଷ । ଶ୍ରମିକଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ସେମାନଙ୍କ ସୁବିଧା ଅସୁବିଧା ବିଷୟରେ  5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପଚାରି ବୁଝିଛନ୍ତି ।

ଓଡ଼ିଆ ଶ୍ରମିକଙ୍କୁ ରାଜ୍ୟ ସରକାର ସମସ୍ତ ପ୍ରକାରର ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ  5T  ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ କୃତଜ୍ଞତା ଜ୍ଞାପନ ସହ ଧନ୍ୟବାଦ ପ୍ରଦାନ କରିଛନ୍ତି ଶ୍ରମିକ ଓ ସେମାନଙ୍କ ପରିବାର ।  ହସ୍ପିଟାଲରୁ ଓଡ଼ିଆ ଶ୍ରମିକମାନେ ଡିସଚାର୍ଜ ହେବା ପରେ ଶ୍ରମିକ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଶ୍ରମ ବିଭାଗ ପକ୍ଷରୁ ବିମାନ ଯୋଗେ ଓଡ଼ିଶା ଅଣାଯିଵ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶ୍ରମମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କ ସହ ଶ୍ରମ ବିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ରହି ଓଡ଼ିଆ ଶ୍ରମିକମାନଙ୍କୁ ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେଉଛନ୍ତି ।