ସୁନ୍ଦରଗଡ଼ ଜିଲ୍ଲା ହେଲା କରୋନା ମୁକ୍ତ, ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଗତ କିଛି ଦିନ ମଧ୍ୟରେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟବାସୀଙ୍କ ଚିନ୍ତା ବଢ଼ାଇଥିଲା । କିନ୍ତୁ ଏଥିସହିତ ଜଣଙ୍କ ପରେ ଜଣେ ରୋଗୀ ସୁସ୍ଥ ହେବା ଲୋକଙ୍କୁ  କିଛିଟା ଆଶ୍ୱସ୍ତି ଦେଇଛି । ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ଜଣେ କରୋନା ଆକ୍ରାନ୍ତ ।

ଡଙ୍ଗାରେ ଚେନ୍ନାଇରୁ ଫେରିଲେ ପ୍ରବାସୀ ଓଡ଼ିଆ, କ୍ୱାରେଣ୍ଟାଇନ୍‌ରେ ରଖିବାକୁ ପ୍ରଶାସନ ପ୍ରସ୍ତୁତ

ସୁସ୍ଥ ହୋଇଥିବା ବ୍ୟକ୍ତି ହେଉଛନ୍ତି ସୁନ୍ଦରଗଡ଼ ରାଉରକେଲାର । ଏହା ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲା ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଛି ।ଜିଲ୍ଲାରେ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୂର୍ବରୁ ଜଣେ ସୁସ୍ଥ ହୋଇଥିଲେ ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଏଥିସହିତ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ରୋଗୀଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି ।

Leave a Reply